ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ସୃଷ୍ଟି ହୋଇଛି ଭୟଙ୍କର ବନ୍ୟା ପରିସ୍ଥିତି । ପାଖାପାଖି ୧୫ ଟି ଜିଲ୍ଲା ବନ୍ୟା ପ୍ରଭାବିତ ହୋଇଛି । ଏବେ ବି ତଳିଆ ଅଂଚଳ ଲୋକେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି । ଆଜି ଆକାଶ ମାର୍ଗରୁ ବନ୍ୟାଞ୍ଚଳ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭଦ୍ରକ,ଯାଜପୁର,କେନ୍ଦ୍ରାପଡା,ଜଗତସିଂପୁର ର ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସଆରସି ମଧ୍ୟ ଅଛନ୍ତି । ଏହାପରେ କ୍ଷୟକ୍ଷତି ଆକଳନ କରାଯିବ । ଉତ୍ତର ଓଡ଼ିଶା ବନ୍ୟା ଯୋଗୁ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଘୋର ପ୍ରଭାବିତ ହୋଇଛି ।
ସେପଟେ, ହୀରାକୁଦର ୨୨ ଗେଟ୍ ଖୋଲାଯିବା ପରେ କଟକ, ଖୋର୍ଦ୍ଧା, ନୟାଗଡ଼ ଆଦି ଜିଲାକୁ ବନ୍ୟାଜଳ ବହୁଳମାତ୍ରାରେ ପ୍ରବେଶ କରୁଛି । ଅଦ୍ୟାବଧି ୮ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ବେଳେ ତଳମୁଣ୍ଡରେ ବନ୍ୟାଜଳ ପହଞ୍ଚିବା ବେଳକୁ ପ୍ରଭାବିତଙ୍କ ସଂଖ୍ୟା ଢେର ବଢ଼ିବାର ଆଶଙ୍କା ସୃଷ୍ଟି ହେଲାଣି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।