ଆଜି ଠାରୁ ପଞ୍ଚୁକ ବ୍ରତ ଆରମ୍ଭ , ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀ ନାରାୟଣ ବେଶ

Nov 21, 2026 - 11:15
ଆଜି ଠାରୁ ପଞ୍ଚୁକ ବ୍ରତ ଆରମ୍ଭ , ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀ ନାରାୟଣ ବେଶ

ଭୁବନେଶ୍ୱର : ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଏକାଦଶୀ (ବଡ଼ ଏକାଦଶୀ ବା ଦେଵଉତ୍ଥାନ) ତିଥି । ଆଜି ଠାରୁ ପୁରୀ ସମେତ ଘରେ ଘରେ ପଞ୍ଚୁକ ବ୍ରତ ଆରମ୍ଭ ହୋଇଛି । ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଆରମ୍ଭ ହୋଇଥାଏ । ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା ଭକ୍ତମାନଙ୍କୁ ଲକ୍ଷ୍ମୀନାରାୟଣ ବେଶ (ଠିଆକିଆ ବେଶ) ରେ ଦର୍ଶନ ଦେଉଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ମାର୍କେଟ ଛକ ଠାରୁ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରିବା ସହ ଅନ୍ୟ ତିନିଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି ।

ଭକ୍ତଙ୍କ ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ନଜରରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ, ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ସୁପରିଚାଳନା ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ତିଥି କ୍ଷୟ (ଦ୍ୱାଦଶୀ ତିଥି ସୂର୍ଯ୍ୟୋଦୟକୁ ସ୍ପର୍ଶ କରୁନଥିବାରୁ) ଯୋଗୁଁ ଚଳିତ ବର୍ଷ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୪ ଦିନ (ନଭେମ୍ବର ୨୧ ରୁ ୨୪ ତାରିଖ ପର୍ଯ୍ୟନ୍ତ) ପାଳିତ ହେଉଛି । ଦୀର୍ଘ ଏକାମାସ ଧରି ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରୁଥିବା ହବିଷ୍ୟାଳୀଙ୍କ ପାଇଁ ପଞ୍ଚୁକ ବ୍ରତ ବେଶ୍ ମହତ୍ୱ ରଖିଥାଏ ବୋଲି ବିଶ୍ୱାସ ରହିଛି । ତେବେ ଚଳିତ ଥର ଦ୍ୱାଦଶୀ ତିଥିରେ କ୍ଷୟ ପଡିବାରୁ ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଛି । ଫଳରେ ଭକ୍ତମାନେ ମହାପ୍ରଭୁଙ୍କର ବାଙ୍କଚୂଡ ବେଶ ଦର୍ଶନରୁ ବଂଚିତ ହେବେ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)