ଆଜି ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ

Oct 18, 2026 - 07:33
ଆଜି ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ

ନନ୍ଦିଘୋଷ ବ୍ୟୁରୋ: ଆଜି ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ । ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜମୋହନ ରାମ । ଦିନ ୧୧ଟାରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହରୀଶ ଟଣ୍ତନ ନବନିଯୁକ୍ତ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢୀଙ୍କ ସମେତ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ହାଇକୋର୍ଟ ବିଚାରପତି, ସାଂସଦ ଓ ବିଧାୟକଙ୍କ ସମେତ ବିଭିନ୍ନ ବିଭାଗର ସଚିବ ମାନେ ଯୋଗ ଦେବେ ।

ଶନିବାର ଶ୍ରୀ ରାମ ଓ ତାଙ୍କ ପତ୍ନୀଙ୍କ ସହ ସ୍ବତନ୍ତ୍ର ବିମାନ ଯୋଗେ ଓଡ଼ିଶା ଆସିଛନ୍ତି । ଭୁବନେଶ୍ବର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ସଚିବ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ‌ହେମନ୍ତ ଶର୍ମା, ପୋଲିସ ଡିଜି ବିନୟତୋଷ ମିଶ୍ର, ରାଜ୍ୟପାଳଙ୍କ ସଚିବ ରୂପାରୋଶନ ସାହୁଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ବିଜେପିର ବହୁ ବରିଷ୍ଠ ନେତାମାନେ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ।ଏହାପରେ ଉଭୟ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପୁରୀ ଲୋକଭବନରେ କିଛି ସମୟ ବିତାଇଥିଲେ । ସଂଧ୍ୟାରେ ଶ୍ରୀ ରାମ ପତ୍ନୀଙ୍କ ସହ ଭୁବନେଶ୍ବରସ୍ଥିତ ଲୋକଭବନରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ସୂଚନା ଥାଉ କି, ରାଜନୈତିକ ପୃଷ୍ଠଭୂମିରୁ ଆସିଥିବା ବ୍ରଜ ମୋହନ ରାମ ୧୯୯୧ରୁ ୧୯୯୫ ଯାଏଁ ବିହାରର ଲାତେହର ବିଧାନସଭା ଆସନରୁ ବିଧାୟକ ହୋଇଥିଲେ। ପରେ ଝାଡ଼ଖଣ୍ଡ ରାଜ୍ୟ ଗଠନ ହେବା ପରେ ପାଲାମୁ ଲୋକସଭାରୁ ୧୯୯୬, ୧୯୯୮ ଓ ୧୯୯୯ରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଝାଡ଼ଗଣ୍ଡ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚାର ଅଧ୍ୟକ୍ଷ ଦାୟିତ୍ବ ତୁଲାଇଛନ୍ତି। ବିଜେପିର ଜଣେ ଟାଣୁଆ ନେତା ହୋଇଥିବାରୁ ଓଡ଼ିଶା ରାଜ୍ୟପାଳ ଭାବେ ଆସିଲା ପରେ ବିଜେପିର ଶକ୍ତି ବୃଦ୍ଧି ପାଇଁ କାମ କରିବେ ବୋଲି କହିଥିଲେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)