ଉତ୍ତରାଖଣ୍ଡରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୪.୧

Nov 18, 2026 - 20:35
ଉତ୍ତରାଖଣ୍ଡରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୪.୧

ଉତ୍ତରାଖଣ୍ଡ: ଦେଶ ତଥା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏବେ ଲଗାତାର ଭୂକମ୍ପ ଝଟକା ଅନୁଭୂତ ହେବାରେ ଲାଗିଛି । ଭାରତର ବିଭିନ୍ନ ରାଜ୍ୟରେ ମଧ୍ୟ ଗତ କିଛି ଦିନ ହେବ ମାଟି ଥରୁଥିବା ଦେଖିବାକୁ ମିଳୁଛି । ଏହି କ୍ରମରେ ଆଜି ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାରେ ମାତ୍ର ୩୧ ମିନିଟ୍ ବ୍ୟବଧାନରେ ଦୁଇଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି ।

ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜିର ସୂଚନା ଅନୁଯାୟୀ, ଆଜି ଅର୍ଥାତ୍ ନଭେମ୍ବର ୧୮ ତାରିଖ ବୁଧବାର ସକାଳ ୧୦ଟା ୨୧ ମିନିଟରେ ଚମୋଲିରେ ପ୍ରଥମ ଝଟକା ଲାଗିଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଥିବା ବେଳେ, ଭୂପୃଷ୍ଠରୁ ୧୦ କିଲୋମିଟର ଗଭୀରତାରେ ଏହାର କେନ୍ଦ୍ରସ୍ଥଳ ଥିଲା ।

ଲୋକେ ଏହି ଭୟରୁ ବାହାରି ନଥିବା ବେଳେ, ଠିକ୍ ଅଧଘଣ୍ଟା ପରେ ଅର୍ଥାତ୍ ସକାଳ ୧୦ଟା ୫୨ ମିନିଟରେ ପୁଣିଥରେ ଦ୍ୱିତୀୟ ଝଟକା ଅନୁଭୂତ ହୋଇଥିଲା । ଏହାର ତୀବ୍ରତା ୨.୮ ରହିଥିଲା ଏବଂ ଏହାର କେନ୍ଦ୍ରସ୍ଥଳ ଭୂପୃଷ୍ଠରୁ ୫ କିଲୋମିଟର ଗଭୀରତାରେ ଥିଲା । ଅଳ୍ପ ସମୟ ମଧ୍ୟରେ ଦୁଇ ଦୁଇଥର ଭୂକମ୍ପ ହେବା ଫଳରେ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ତେବେ ଆଶ୍ୱସ୍ତିକର ବିଷୟ ହେଉଛି, ଏଥିରେ କୌଣସି ଧନଜୀବନ ହାନି ହୋଇଥିବା ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)