କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

May 18, 2026 - 13:31

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ବାହାରିବ । ଚଳିତ ଥର ଫେବୃୟାରୀ ୧୮ରୁ ମାର୍ଚ୍ଚ ୨୮ ଯାଏ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପାଖାପାଖି ୪ ଲକ୍ଷ ପିଲା ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ।

ଚଳିତ ବର୍ଷ ଯୁକ୍ତ ଦୁଇ ଛାତ୍ରୀଛାତ୍ରମାନଙ୍କୁ ପ୍ରଥମ କରି ମିଳିଛି ଇମ୍ପ୍ରୁଭମେଣ୍ଟ ପରୀକ୍ଷାର ସୁବିଧା ରହିଥିଲା । ଯୁକ୍ତ ଦୁଇ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ଯେ କୌଣସି ଗୋଟିଏ ବିଷୟରେ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇ ପାରିବେ ।

 

 

Dharitri – Odisha’s No.1 Odia Daily

The post କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ appeared first on Dharitri Odia News.

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।