କୋଲକାତା ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ଶିଶୁ ସମେତ ୯ ମୃତ

Aug 19, 2026 - 17:14
କୋଲକାତା ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ଶିଶୁ ସମେତ ୯ ମୃତ

ନନ୍ଦିଘୋଷ ବ୍ୟୁରୋ; କୋଲକାତା ନିଉ ମାର୍କେଟ ଅଞ୍ଚଳର ଫ୍ରି ସ୍କୁଲ ଷ୍ଟ୍ରିଟରେ ଥିବା ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ ଘଟି ଶିଶୁ ସମେତ ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସର୍ଟସର୍କିଟ୍‌ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ପ୍ରାୟ ୮୦ ଜଣଙ୍କୁ ଉଦ୍ଧାର କରିଛି। ଅଗ୍ନିକାଣ୍ଡ ସମୟରେ ଅଧିକାଂଶ ଲୋକ ଶୋଇଥିବାରୁ ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କୁ ତୁରନ୍ତ କୋଲକାତା ମେଡିକାଲକୁ ନିଆଯାଇଥିଲା। ସେଠାରେ ଶିଶୁ ସମେତ ୯ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

ଅନ୍ୟପଟେ, ହୋଟେଲରେ ଅଗ୍ନି ନିର୍ବାପକ ଯନ୍ତ୍ର ନଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି। ମୃତକମାନେ ବାଂଲାଦେଶର ନାଗରିକ ହୋଇଥିବାବେଳେ ଚିକିତ୍ସା ପାଇଁ କୋଲକାତା ଆସିଥିବା ଜଣାପଡ଼ିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media