ଛାଡଖାଇ

Nov 25, 2026 - 13:58
ଛାଡଖାଇ

 

ଛାଡ଼ଖାଇ, ଓଡ଼ିଶାରେ ପାଳିତ ଏକ ସାମାଜିକ ଚଳଣି । ଏହାକୁ କାର୍ତ୍ତିକ ପୂର୍ଣ୍ଣିମା ପର ଦିନ  ଅର୍ଥାତ ମାର୍ଗଶିର କୃଷ୍ଣ ପ୍ରତିପଦାରେ ପାଳନ କରାଯାଏ । କାର୍ତ୍ତିକ ମାସକୁ ଓଡ଼ିଶାରେ ଏକ ପବିତ୍ର ମାସ ଭାବରେ ପାଳନ କରାଯାଏ । ତେଣୁ ଏହି ମାସରେ ବହୁ ଲୋକ ସମ୍ପୂର୍ଣ୍ଣ ମାସ ଆମିଷ ଭକ୍ଷଣ କରନ୍ତି ନାହିଁ । ଅବଶିଷ୍ଟ ଲୋକ କେବଳ ମାସର ଶେଷ ପାଞ୍ଚଦିନ --- ପଞ୍ଚୁକରେ ଆମିଷ ଭକ୍ଷଣରୁ ନିବୃତ୍ତ ରହନ୍ତି । ତେଣୁ ଛାଡ଼ଖାଇ ଶବ୍ଦଟି, 'ଛାଡ଼' ଓ 'ଖାଇ' ଦୁଇଟି ଶବ୍ଦର ସନ୍ଧିରୁ ବିକଶିତ । ଛାଡ଼ ଅର୍ଥ ସମୟର ଅନ୍ତରାଳ ଓ ଖାଇ ଅର୍ଥ ଖାଇବା । ଅର୍ଥାତ, କିଛି ସମୟ ଅନ୍ତରାଳ ପରେ ଖାଇବା । ଲୋକମାନେ ମାସେ କାଳ ଆମିଷ ଖାଦ୍ୟରୁ ନିବୃତ୍ତ ରହି କାର୍ତ୍ତିକ ମାସ ଉପରାନ୍ତେ, ପ୍ରଥମ ଦିନ ହିଁ ଆମିଷ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି । ତେବେ ଏହାକୁ ନେଇ କିଛି କିମ୍ବଦନ୍ତୀ ବର୍ଣ୍ଣନା ମଧ୍ୟ ରହିଛି । କାର୍ତ୍ତିକ ମାସ ଓ ମାର୍ଗଶୀର ମାସରେ ପବନର ଗତିପଥ ବଦଳିଥାଏ । ଐତିହାସିକ ତଥ୍ୟ ଅନୁଯାୟୀ ଓଡ଼ିଆ ସାଧବପୁତ୍ରମାନେ ନୌବାଣିଜ୍ୟ କରିବା ପାଇଁ, କେଉଟମାନେ ସମୁଦ୍ରକୁ ମାଛ ମାରିବା ପାଇଁ ଏହି ସମୟରେ ଯାତ୍ରାରମ୍ଭ କରୁଥିଲେ । ସେମାନଙ୍କୁ ମେଲାଣି ଦେବାପାଇଁ ଆୟୋଜନ କରାଯାଉଥିବା ଭୋଜିରେ ଆମିଷ ଖାଦ୍ୟ ରହୁଥିଲା । ଛାଡ଼ଖାଇ ଏହିପରି ଭାବରେ ଆରମ୍ଭ ହୋଇଥାଇପାରେ । ବର୍ଷର ଏହି ସମୟରେ ମାଛମାନେ ସମୁଦ୍ର ତଟ ପାଖକୁ ଆସନ୍ତି, ତେଣୁ ମାଛ ଅମଳ ମଧ୍ୟ ଭଲ ହୋଇଥାଏ । କିଛି ଐତିହାସିକମାନଙ୍କ ମତରେ, ଛାଡ଼ଖାଇରୁ ଶୀତ ଋତୁର ମାତ୍ରା ପ୍ରବଳ ହୋଇଯାଏ ।  

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)