ଜୁଲାଇ ୧୮ ରେ ହେବ ଶ୍ରୀମନ୍ଦିରରେ ହେବ ବୈଷୟିକ ଯାଞ୍ଚ

ପୁରୀ : ଜୁଲାଇ ୧୮ରୁ ଶ୍ରୀମନ୍ଦିରରେ ହେବ ବୈଷୟିକ ଯାଞ୍ଚ । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ର ବୈଷୟିକ କମିଟିର ସଦସ୍ୟ ଏବଂ ପୁରୀ ସର୍କଲର ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ASI) ର ଅଧିକାରୀମାନେ ମିଳିତ ଭାବରେ ଏହି ଯାଞ୍ଚ କରିବେ । ଜୁଲାଇ ୧୮ ତାରିଖ ପୂର୍ବାହ୍ନ ୧୦ଟା ୩୦ରୁ ଏହି ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହେବ । ଏନେଇ ପୂର୍ତ୍ତ ବିଭାଗ ତରଫରୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂସ୍ଥା, ଏଏସଆଇକୁ ଚିଠି କରାଯାଇଛି । ଯାଞ୍ଚ ପରେ ପର୍ଯ୍ୟବେକ୍ଷଣକୁ ନେଇ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହେବ । ତେବେ ଏହା ଏକ ରୁଟିନ୍ ଯାଞ୍ଚ୍ ପ୍ରକ୍ରିୟା । ପ୍ରତ୍ୟେକ ବର୍ଷ ମହାପ୍ରଭୁ ଶ୍ରୀଗୁଣ୍ଡିଚା ଯାତ୍ରା କରିବା ସମୟରେ ଶ୍ରୀମନ୍ଦିରରେ ଏହି ଯାଞ୍ଚ ପ୍ରକ୍ରିୟା କରାଯାଇଥାଏ ।