ପଞ୍ଚୁକ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

Nov 18, 2026 - 10:59
ପଞ୍ଚୁକ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ପୁରୀ : ଆଉ ଦିନ କେଇଟା ପରେ ପଞ୍ଚୁକ। ଏଥିଲାଗି ପୁରୀ ପ୍ରଶାସନ ପୁରା ପ୍ରସ୍ତୁତ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ପରେ ପ୍ରଶାସନ ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଥିବା କହିଛନ୍ତି ପୁରୀ ଜିଲ୍ଲାପାଳ। ପଞ୍ଚୁକରେ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସୁଅ ଛୁଟିବ । ତେଣୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଶୃଙ୍ଖଳିତ ଭାବେ ଦର୍ଶନ ଆଉ ନୀତିକାନ୍ତି ଉପରେ ଗୁରୁତ୍ୱ ଦିଆଯାଇଛି। ଭୋର ୪ ଟାରୁ ଦ୍ବାର ଫିଟା ଯାଇ ସମସ୍ତ ନୀତିକାନ୍ତି ଆରମ୍ଭ ହେବ। ଯାହାଫଳରେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ହେବ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଆଜି ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ବିଭାଗୀୟ ଅଧିକାରୀ ଏଥିରେ ଯୋଗ ଦେଇଥିଲେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)