ପାଠ୍ୟ ପୁସ୍ତକରେ ତ୍ରୁଟିକୁ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ

Jun 17, 2026 - 16:37
ପାଠ୍ୟ ପୁସ୍ତକରେ ତ୍ରୁଟିକୁ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଆଭାସ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ସୁଧାରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସେପଟେ, ପାଠ୍ୟ ପୁସ୍ତକରେ ତ୍ରୁଟିକୁ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ । ଭୁଲ କରିଥିବା ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏହି ତ୍ରୁଟି କେଉଁ ସ୍ତରରେ ହୋଇଛି ସେନେଇ ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ କରାଯିବା ସହିତ ତ୍ରୁଟି ଗୁଡ଼ିକ ସଂଶୋଧନ କରାଯିବ । ଏବଂ ପାଠ୍ୟ ପୁସ୍ତକରେ ତ୍ରୁଟିକୁ ନେଇ ରାଜନୀତିକରଣ କରାନଯାଉ ବୋଲି ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ଜାତୀୟ ଶିକ୍ଷା ନୀତି ଆଧାରରେ ବଦଳିଛି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକ। ଅଭିଯୋଗ ଅନୁସାରେ ନୂଆ ବହିରେ ରହିଛି ୧୬୭୮ ଭୁଲ। ଅଷ୍ଟମ ଶ୍ରେଣୀ ବହିରେ ସର୍ବାଧିକ ୭୦୫ଟି ଭୁଲ୍‌ ରହିଛି ।   

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।