ପୀତବାସ ପଣ୍ଡାଙ୍କ ଭାଇ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ପରଲୋକ

Nov 24, 2026 - 13:28
ପୀତବାସ ପଣ୍ଡାଙ୍କ ଭାଇ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ପରଲୋକ

ବ୍ରହ୍ମପୁର : ବରିଷ୍ଠ ଆଇନଜୀବୀ ସ୍ବର୍ଗତଃ ପୀତବାସ ପଣ୍ଡାଙ୍କ ପରିବାର ପାଇଁ ପୁଣି ଏକ ଦୁଃଖଦ ଖବର । ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଆଖି ବୁଜି‌ଲେ ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ର ପଣ୍ଡା । ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ  ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ ରେ ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି । ପ୍ରାୟ ଏକ ମାସ ପୂର୍ବରୁ ତାଙ୍କର ଟ୍ୟୁମର ଅସ୍ତ୍ରୋପଚାର ହୋଇଥିଲା । ତାଙ୍କ ଅକାଳ ବିୟୋଗରେ ସାରା ପରିବାର ଭାଙ୍ଗିପଡ଼ିଛନ୍ତି । ପୂର୍ଣ୍ଣଚନ୍ଦ୍ର ପଣ୍ଡା ପୀତବାସ ପଣ୍ଡାଙ୍କୁ ହତ୍ୟା ମାମଲାର ତଦାରଖ କରୁଥିଲେ।

ସୂଚନାନୁସାରେ, ଗତ ୨୦୨୫ମସିହା ଅକ୍ଟୋବର ୬ କୁମାରପୂର୍ଣ୍ଣମୀ ରାତିରେ ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୀତାବାସଙ୍କୁ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍‌ ହୋଇଥିବା ବେଳେ ଅଗ୍ରିମ ଭାବେ ୧୦ ଲକ୍ଷ ଟଙ୍କା ଦିଆଯାଇଥିଲା। ହତ୍ୟାକାଣ୍ଡର ୧୭ ଦିନ ପରେ ବ୍ରହ୍ମପୁର ପୁଲିସ ରହସ୍ୟ ଉନ୍ମୋଚନ କରିବା ସହ ଏହି ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୧୬ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ନିକଟରେ ବିକ୍ରମ ଜାମିନରେ ଆସିଛନ୍ତି। ହାଇକୋର୍ଟ ପ୍ରଦାନ କରିଥିବା ଜାମିନକୁ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି । ଆସନ୍ତା ୨୭ ତାରିଖରେ ମାମଲାର ଶୁଣାଣି ହେବ। ବିକ୍ରମ ପଣ୍ଡା ଓ ଅଭିଯୋଗକାରୀ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କୁ ଏଥିରେ ପକ୍ଷଭୁକ୍ତ କରାଯାଇଛି । ଏଭଳି ସ୍ଥିତିରେ ଅଭିଯୋଗକାରୀ ପୂର୍ଣ୍ଣଚନ୍ଦ୍ରଙ୍କ ମୃତ୍ୟୁ ହୋଇଯାଇଛି ।

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)