ପ୍ରଶଂସା ସାଉଁଟିଲେ ସୁଲୋଚନା: ଦୀର୍ଘ ୩୭ ବର୍ଷ ଶିକ୍ଷାଦାନ କରି ଶେଷରେ….
ମହାକାଳପଡ଼ା, ୨ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାୟାବାବା କଲେଜ ଅଧ୍ୟକ୍ଷା ପଦରୁ ମେ ୩୧ରେ ପ୍ରାଧ୍ୟାପିକା ସୁଲୋଚନା ଦାଶ ଅବସରଗ୍ରହଣ କରିଛନ୍ତି। ଏହା ପରେ ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ବରିଷ୍ଠ ପ୍ରାଧ୍ୟାପକ ସୁଶୀଲ କୁମାର ସାହୁ ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସୋମବାର ପୂର୍ବାହ୍ନରେ କଲେଜ ସଭାଗୃହରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ନୂତନ ଅଧ୍ୟକ୍ଷ ସୁଶୀଲ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ। ଅବସରଗ୍ରହଣ କରିଥିବା ଦାଶ ଦୀର୍ଘ ୩୭ବର୍ଷ ଧରି ଶିକ୍ଷାଦାନ କରି ସ୍ମୃତି ସାଉଁଟି ଥିଲେ। ତାଙ୍କ ଶିକ୍ଷାଦାନ ପ୍ରଣାଳୀର ଉଚ୍ଚ ପ୍ରଶଂସା କରିଥିଲେ ଉପସ୍ଥିତ ଅତିଥିମାନେ। ଏହି ଅବସରରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ମାର୍ଶାଘାଇ କଲେଜ ପ୍ରାକ୍ତନ ଅଧ୍ୟକ୍ଷ ପ୍ରଣୟ କୁମାର ପରିଜା, ଇନ୍ଦୁପୁର କଲେଜ ଅଧ୍ୟକ୍ଷ ଅଭିଜିତ ମଜୁମଦାର, ଚିତାଳ କଲେଜ ଅଧ୍ୟକ୍ଷ ଡ଼ ନିରଞ୍ଜନ ମହାନ୍ତି, ବରିଷ୍ଠ ଅଧ୍ୟାପକ ବୈଷ୍ଣବ ଦାସ, ଶରତ ଚନ୍ଦ୍ର ଦାସ, ରାଜେନ୍ଦ୍ର ମହାପାତ୍ର, ମୁଖ୍ୟ କିରାଣି ପୁଷ୍ପଲତା ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ମଞ୍ଚ ପରିଚାଳନା କରିଥିଲେ ଅଧ୍ୟାପକ ଶ୍ରୀକାନ୍ତ ନନ୍ଦ। ସେହିପରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟରେ ଶୀର୍ଷ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ରଙ୍କୁ କଲେଜ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା।
Dharitri – Odisha’s No.1 Odia Daily
The post ପ୍ରଶଂସା ସାଉଁଟିଲେ ସୁଲୋଚନା: ଦୀର୍ଘ ୩୭ ବର୍ଷ ଶିକ୍ଷାଦାନ କରି ଶେଷରେ…. appeared first on Dharitri Odia News.
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।