ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 'ଅକୱାନ': ୨୦ ତାରିଖରେ ଆନ୍ଧ୍ର ଉପକୂଳରେ କରିବ ଲ୍ୟାଣ୍ଡଫଲ୍

Nov 16, 2026 - 14:07
ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 'ଅକୱାନ': ୨୦ ତାରିଖରେ ଆନ୍ଧ୍ର ଉପକୂଳରେ କରିବ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଭୀଷଣ ବାତ୍ୟାର ରୂପ ନେବାକୁ ଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବାତ୍ୟା 'ଅକୱାନ' ଆସନ୍ତା ୨୦ ନଭେମ୍ବର ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶର ନେଲୋର ଏବଂ ଟୁନି ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।  

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହି ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର ରହିବ, ଯାହାକି ସର୍ବାଧିକ ୧୪୫ କିଲୋମିଟର ପର୍ଯ୍ୟନ୍ତ ବଢ଼ିପାରେ। ବର୍ତ୍ତମାନ ଏହି ଗଭୀର ଅବପାତ ଚେନ୍ନାଇଠାରୁ ୭୦୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ, ବିଶାଖାପାଟଣାଠାରୁ ୮୦୦ କିଲୋମିଟର ଏବଂ ଗୋପାଳପୁରଠାରୁ ୯୧୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି।   

ଆଜି ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ ଏବଂ ୧୭ ନଭେମ୍ବର ସନ୍ଧ୍ୟା ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହେବ। ଏହାପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୦ ତାରିଖରେ ଏକ ଅତି ଭୀଷଣ ସାମୁଦ୍ରିକ ଝଡ଼ ଭାବରେ ସ୍ଥଳଭାଗ ଅତିକ୍ରମ କରିବ। ଉଲ୍ଲେଖଯୋଗ୍ୟ ଯେ, ଗତ ତିନି ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହା ହେଉଛି ତୃତୀୟ ବାତ୍ୟା। ଏହା ପୂର୍ବରୁ ବାତ୍ୟା 'ଅର୍ଣ୍ଣବ' ଏବଂ 'ମୁରାସୁ' ସୃଷ୍ଟି ହୋଇଥିବା ବେଳେ ଏବେ ବାତ୍ୟା 'ଅକୱାନ' ଉପକୂଳ ଅଞ୍ଚଳରେ ଆତଙ୍କ ଖେଳାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sakala-ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)