ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

May 18, 2026 - 13:31

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ ଘର ଝାଡ଼ଖଣ୍ଡ ରାଜ୍ୟର ସିମଡେଗା ଜିଲା ଜଲଡେଗା ଥାନା ପିତମ୍ବା ଗ୍ରାମର ପାହାନଟୋଲି ବୋଲି ଥାନା ଏଏସ୍‌ଆଇ ସୁରେଶ ସାମଲ ସୂଚନା ଦେଇଛନ୍ତି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୦୬/୨୦୨୬) ରୁଜୁ ହୋଇଛି। ଏହି ବଜ୍ରପାତରେ ୨ ଜଣ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଝୁନୁମୁରରେ ଏକ ଘରେ ୪ ଜଣ ଶ୍ରମିକ ଶୋଇଥିଲେ। ହେଲେ ବଜ୍ରପାତରେ ୩ ଜଣ ଅଚେତ ହୋଇ ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଚିକିତ୍ସା ପାଇଁ ବୀରମିତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ୨ ଜଣଙ୍କ ଚେତା ଫେରି ଆସିଥିବା ବେଳେ ବୁଧୁଆଙ୍କ ଚେତା କିନ୍ତୁ ଫେରି ନ ଥିଲା। ସେଠାରୁ ତାଙ୍କୁ ଆର୍‌ଜିଏଚ୍‌ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଏସ୍‌ଆଇ ସାମଲ ରାଉରକେଲା ସରକାରୀ ଡାକ୍ତରଖାନାରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।

The post ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ appeared first on Dharitri Odia News.

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।