ବହି ବିଭ୍ରାଟ, କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Jul 11, 2026 - 15:55
ବହି ବିଭ୍ରାଟ,  କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପାଠ୍ୟ ପୁସ୍ତକ ତ୍ରୁଟି ପ୍ରକ୍ରିୟାର ହେବ ଅପରାଧିକ ତଦନ୍ତ । ବହି ବିଭ୍ରାଟକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କ୍ରାଇମବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ ଏଫ୍.ଆଇ.ଆର୍ କରିବାକୁ ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ଆକ୍ସନ ମୁଡ଼କୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଏ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାନୁସାରେ,ପାଠ୍ୟପୁସ୍ତକରେ ହୋଇଥିବା ତ୍ରୁଟିର କାରଣ ଅନୁସନ୍ଧାନ କରିବା ପାଇଁ ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଥିଲେ । କମିଟିର ରିପୋର୍ଟରେ ପାଠ୍ୟପୁସ୍ତକ ପ୍ରସ୍ତୁତି ଓ ପ୍ରକାଶନ ପ୍ରକ୍ରିୟାରେ ଗୁରୁତର ଅବହେଳା ଏବଂ ଅନିୟମିତତା ସାମ୍ନାକୁ ଆସିଥିଲା । ରିପୋର୍ଟ ଆଧାରରେ ଏସ୍‌ସିଇଆର୍‌ଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସମେତ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ପାଢ଼ୀ, ଦିଲ୍ଲୀପ କୁମାର ସାହୁ ଓ ଭାରତୀ ଟୁଡ଼ୁଙ୍କୁ ନିଲମ୍ବନ କରାଯାଇଛି । ଏହାବ୍ୟତୀତ ଆଉ ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।