ବାତ୍ୟା ନୁହେଁ ବଡ ବର୍ଷା ; ପ୍ରବଳ ବର୍ଷିବ-ଆଇଏମଡି
ଭୁବନେଶ୍ୱର : ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଓ ଜଡିତ ମେଘ ସମୂହର ଘୂର୍ଣ୍ଣୟମାନ ସ୍ଥିତି ସକ୍ରିୟ ରହିଛି। ତେବେ ଏହାକୁ ନେଇ ଆଇଏମଡି ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରାଯାଇଛି। ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ ବଙ୍ଗୋପସାଗର ଲଘୁଚାପ ବୋଲି ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପୁରୀରୁ ଦକ୍ଷିଣକୁ ଥିବା ଜିଲ୍ଲାଗୁଡ଼ିକ ସବୁଠାରୁ ବେଶୀ ପ୍ରଭାବିତ ହେବା ସହ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି। ଏସଆରସି, ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀ ଏହି ବୈଠକରେ ଉପସ୍ଥିତ ଥିଲେ। ମୁଖ୍ୟ ସଚିବଙ୍କ ସୂଚନାନୁସାରେ ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ ବଙ୍ଗୋପସାଗର ଲଘୁଚାପ। ୧୧ଟି ଜିଲ୍ଲା ଉପରେ ପ୍ରଭାବ ପଡ଼ିବ। କାଲିଠୁ ବର୍ଷା ଆରମ୍ଭ ହେବା ସହ ୨୩ ଓ ୨୪ରେ ପ୍ରବଳ ବର୍ଷିବ। ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇନ୍ଦ୍ରାବତୀରେ ଏବଂ ତେଲିଙ୍ଗିରି ଡ୍ୟାମରେ ପାଣି କମାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ବାଲିମେଳା, କୋଲାବରେ ଏତେ ପାଣି ନାହିଁ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ‘ପୁରୀରୁ ଦକ୍ଷିଣକୁ ଥିବା ଜିଲ୍ଲାଗୁଡ଼ିକ ସବୁଠାରୁ ବେଶୀ ପ୍ରଭାବିତ ହେବ। ୨୨ ତାରିଖ ସନ୍ଧ୍ୟାରୁ ୫୫ରୁ ୬୫ କିମି ବେଗରେ ପବନ ବହିବ। ତେଣୁ ୨୩ ଓ ୨୪ ତାରିଖରେ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ। ୨୫ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ଅଧିକ ବର୍ଷା ହେବ। ଏପରିକି ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେବାକୁ ଥିବାରୁ ନଦୀର ଜଳସ୍ତର ବଢ଼ିବା ସମ୍ଭାବନା ରହିଛି। ତଳିଆ ଅଞ୍ଚଳ ମଧ୍ୟ ଜଳମଗ୍ନ ହୋଇପାରେ। ସହରୀ ବନ୍ୟା ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇ ନ ପାରେ ବୋଲି କହିଛନ୍ତି।
ବୁଧ-ଗୁରୁଙ୍କ ଲାଭଦୃଷ୍ଟି ଯୋଗ; ଜାଣନ୍ତୁ କେଉଁ ରାଶିଙ୍କ ଆଲମିରା ଧନରେ ଭରିବ..
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ Samaja Live ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
