ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
" ଆଜି ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ପୁରୀ: ଆଜି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା।
ପୁରୀକୁ ଛୁଟିଛନ୍ତି ଦେଶବିଦେଶରୁ ଭକ୍ତ।
ଏହି ଉପଲକ୍ଷେ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ସୋସିଆଲ ମିଡିଆ "ଏକ୍ସ'ରେ ପୋଷ୍ଟ କରି ରଥଯାତ୍ରାର ଶୁଭେଚ୍ଛା ଜାଣାଇଛନ୍ତି ରାଷ୍ଟ୍ରପତି।
ସେ ଲେଖିଛନ୍ତି ଦେଶ ବିଦେଶରେ ରହୁଥିବା ଶ୍ରୀଜଗନ୍ନାଥଙ୍କ ଭକ୍ତଗଣଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଅଛି।
ଏହି ମହାପର୍ବରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଭଗିନୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସହିତ ରଥାରୂଢ଼ ହୋଇ ଭକ୍ତମାନଙ୍କ ସହିତ ମିଳିତ ହୁଅନ୍ତି।
ଭକ୍ତ ଓ ଭଗବାନଙ୍କ ମିଳନର ଏହି ପର୍ବ ବିଶ୍ଵରେ ବିରଳ।
ଏହି ଶୁଭ ଅବସରରେ ଦେଶ ଓ ଦେଶବାସୀଙ୍କ ସୁଖ ସମୃଦ୍ଧି ନିମନ୍ତେ ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି।
ଜୟ ଜଗନ୍ନାଥ।Advertisment ଅଧିକ ପଢନ୍ତୁ:ଆଜି ବିଶ୍ବ ପ୍ରଶିଦ୍ଧ ରଥଯାତ୍ରା: ଭାବ, ଭକ୍ତିରେ ଭିଜୁଛି ବଡ଼ଦାଣ୍ଡ ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛ ଜଣାଇଛନ୍ତି।
ମୋ୍ଦୀ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା।
ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି।
ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି।
ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରେ।
ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ।
ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।