ରାଜ୍ୟର ସ୍ୱାର୍ଥକୁ ଦେଖି ବିଜେଡି ନିଷ୍ପତି ନେବ - ମାନସ ମଙ୍ଗରାଜ

Nov 27, 2026 - 12:47
ରାଜ୍ୟର ସ୍ୱାର୍ଥକୁ ଦେଖି ବିଜେଡି ନିଷ୍ପତି ନେବ - ମାନସ ମଙ୍ଗରାଜ

ଭୁବନେଶ୍ୱର :  ଆସନ୍ତା ୩୦ ତାରିଖରେ ସଂସଦର ଲୋକସଭା ଓ ୨ ତାରିଖରେ ରାଜ୍ୟସଭାର ସ୍ୱତନ୍ତ୍ର ଅଧିବେଶନ ପରେ ପୁନର୍ବାର ସୀମା ପୁନନିର୍ଦ୍ଧାରଣ ପ୍ରସଙ୍ଗକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଏ ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଥିବା ବେଳେ ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳ ନେତା ମାନସ ମଙ୍ଗରାଜ ସ୍ପଷ୍ଟ ଶବ୍ଦରେ ଦଳର ଆଭିମୁଖ୍ୟ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ଆଗାମୀ ସ୍ୱତନ୍ତ୍ର ଅଧିବେଶନରେ ନିର୍ଦ୍ଦିଷ୍ଟ ଭାବରେ କେଉଁ ପ୍ରସଙ୍ଗ ଆଲୋଚନା ହେବ ତାହାର ସୂଚନା ଆମକୁ ମିଳିନାହିଁ। ଏ ସମ୍ପର୍କରେ ବିସ୍ତୃତ ତଥ୍ୟ ଓ ସୂଚନା ମିଳିବା ପରେ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଦଶକ୍ରମେ ସଂସଦୀୟ ଦଳ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବ । ବିଜେଡି ସର୍ବଦା ରାଜ୍ୟ ସ୍ୱାର୍ଥକୁ ପ୍ରାଥମିକତା ଦେଇ ଆସିଛି ଓ ଭବିଷ୍ୟତରେ ବି ଏଥିରୁ କଦାପି ବିଚୁ୍ୟତ ହେବ ନାହିଁ ବୋଲି ମଙ୍ଗରାଜ କହିଛନ୍ତି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)