ଶ୍ରୀମନ୍ଦିର ସେବାୟତ ପରିବାରରେ ପାଳନ ହେଲା ନେତପିଲା ଉତ୍ସବ

Oct 15, 2026 - 18:43
ଶ୍ରୀମନ୍ଦିର ସେବାୟତ ପରିବାରରେ ପାଳନ ହେଲା ନେତପିଲା ଉତ୍ସବ

ପୁରୀ : ବଳିରେ ବଳି, ନକର ଅଳି, କାଲି ଆଣିଦେବି ସରୁ ଚକୁଳି । ପାରମ୍ପରିକ ସଙ୍ଗୀତରେ ଗୁଞ୍ଜରିତ ହେଉଛି ପୁରୀର ଗଳିକନ୍ଦି । ଶ୍ରୀମନ୍ଦିର ସେବାୟତ ଘରର କୁଆଁରୀ କନ୍ୟା ମାନେ ଗୀତ ବୋଲି ପାଳୁଛନ୍ତି ନେତପିଲା ଉତ୍ସବ । ଶ୍ରୀମନ୍ଦିରର ସେବାୟତ ସମ୍ପ୍ରଦାୟରେ ନେତପିଲା ଏକ ସ୍ୱତନ୍ତ୍ର ପର୍ବ ଭାବେ ପାଳନ କରାଯାଏ । ଯୁଗ ଆଧୁନିକ ଆଡ଼କୁ ଗତି କରୁଥିଲେ ମଧ୍ୟ ଶହ ଶହ ବର୍ଷ ପୂର୍ବରୁ ପାଳିତ ହୋଇ ଆସୁଥିବା ଏହି ପର୍ବ ଏବେ ମଧ୍ୟ ସେବାୟତ ପରିବାର ଗୁଡ଼ିକରେ ପରମ୍ପରା ମୁତାବକ ଚାଲି ଆସୁଛି। ଉତ୍ତମ ବର ପ୍ରାପ୍ତି ପାଇଁ ଏହି ସେବାୟତ କୂଳର କିଶୋରୀ କନ୍ୟାମାନଙ୍କୁ ବିଭିନ୍ନ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ପରିବାର ଲୋକେ ବେଶ୍ ସୁନ୍ଦର ଭାବେ ଆଭୂଷଣ କରିଥାନ୍ତି । ଏହାପରେ ମାର୍କଣ୍ତ ପୁଷ୍କରଣୀ ଠାରେ ଏହି ପୂଜାର୍ଚ୍ଚନା କରାଯାଇଥାଏ । ହରପାର୍ବତୀଙ୍କୁ ସନ୍ତୁଷ୍ଟ କରିବା ପାଇଁ ୨୧ଦିନ ଧରି ବଳି ପୂଜା କରୁଥିବା କନ୍ୟାମାନେ ଶେଷ କିଛି ଦିନ ପାରମ୍ପରିକ ବେଶ ସହ ବିଭିନ୍ନ ଅଳଙ୍କାରରେ ନିଜକୁ ସଜାଇଥାନ୍ତି । ପାରମ୍ପରିକ ବେଶରେ ମାର୍କଣ୍ଡେୟ ପୁଷ୍କରିଣୀକୁ ଯାଇ କୂଳରେ ବସି ବଡ଼ ନିଷ୍ଠାର ସହିତ ପୂଜାର୍ଚ୍ଚନା କରିଥାନ୍ତି। ଏହି ଅବସରରେ ସେମାନେ ବଳିଗୀତ ଗାନ କରିବାର ମଧ୍ୟ ପରମ୍ପରା ରହିଛି।

ଆଶ୍ୱୀନ ମାସର ପଞ୍ଚମୀ, ଷଷ୍ଠୀ ଓ ସପ୍ତମୀ ତିଥିରେ ଏହି ପର୍ବକୁ ପାଳନ କରାଯାଏ । ସ୍ୱତନ୍ତ୍ର ଆଭୂଷଣ ଏବଂ ବସ୍ତ୍ରରେ ଭୂଷିତ ହୋଇ ନେତ ପିଲାମାନେ ବିଭିନ୍ନ ପ୍ରକାର ଫଳ, ପାଣିକଖାରୁ, ଜହ୍ନି, ପରିବା ଓ ଗୁଆ ଆଦି ଅର୍ପଣ କରି ପୂଜା କରଥାନ୍ତି । କୁଆଁରୀ କନ୍ୟା ମାନେ ଏହି ବେଶଭୂଷାରେ ସେମାନଙ୍କ ସମ୍ପର୍କୀୟ ଓ ବନ୍ଧୁ ବାନ୍ଧବ ମାନଙ୍କ ଘରକୁ ମଧ୍ୟ ବୁଲି ଯାଇଥାନ୍ତି । ଏହି ପର୍ବ ଅବସରରେ ସେବାୟତ ମାନଙ୍କ ଘର ଗୁଡ଼ିକ ବେଶ୍ ଉତ୍ସବ ମୁଖର ହୋଇ ଉଠିଥାଏ । ପ୍ରଭୁ ଶିବଙ୍କୁ ପାଇବା ଉଦ୍ଦେଶ୍ୟରେ ମାଆ ପାର୍ବତୀ ଏହି ପୂଜା କରିବାର କିମ୍ୱଦନ୍ତି ରହିଛି । ଏହାକୁ ଅନୁସରଣ କରି ଶିବଙ୍କ ଭଳି ସ୍ୱାମୀ ପାଇବା ଉଦ୍ଦେଶ୍ୟରେ ସେବାୟତ ଘରର କୁଆଁରୀ କନ୍ୟା ମାନେ ନେତପିଲା ଭାବେ ଏହି ପର୍ବ ପାଳନ କରିଥାନ୍ତି ବୋଲି ବିଶ୍ୱାସ ରହିଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)