ସରକାରୀ ବାସ ଭବନରୁ ମହିଳା ଏସ୍ଆଇଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ମହିଳା ଏସଆଇଙ୍କ ସନ୍ଦେହଜନକ ମୃତ୍ୟୁ । ଶନିବାର ଦିନ ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ସରକାରୀ ବାସଭବନରୁ ମହିଳା ଏସଆଇ ପ୍ରଭାସିନୀ ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ହେଲେ କେଉଁ ପରିସ୍ଥିତିରେ ସେ ଏଭଳି ପଦକ୍ଷେପ ନେଲେ, ତାହା ଏବେ ବି ଅସ୍ପଷ୍ଟ। ଘଟଣା ସମ୍ପର୍କରେ ଖବର ପାଇ ଗଞ୍ଜାମ ଏସ୍ପି ହରିଶ ବିଶି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।
ପ୍ରଭାସିନୀ ସାହୁ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଥିବା ବେଳେ, ଏହା ପଛର ପ୍ରକୃତ କାରଣ ଏଯାଏଁ ଜଣାପଡ଼ିନାହିଁ । କୌଣସି ବ୍ୟକ୍ତିଗତ କାରଣ ନା ଅନ୍ୟ କିଛି ପରିସ୍ଥିତି, ତାହା ତଦନ୍ତ ପରେ ସ୍ପଷ୍ଟ ହେବ। ଘଟଣାର ଖବର ପାଇ ଗଞ୍ଜାମ ଏସ୍ପି ପୁରୁଷୋତ୍ତମପୁର ଥାନାରେ ପହଞ୍ଚିଛନ୍ତି । ମୃତ୍ୟୁର କାରଣ ଜାଣିବା ପାଇଁ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
