୨୦୩୦-୩୧ ଯାଏଁ ପିଏମ କିଷାନ ଅବଧି ବୃଦ୍ଧି
ନୂଆଦିଲ୍ଲୀ : କୃଷକମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଆଉ ୫ବର୍ଷ ବୃଦ୍ଧି ହେଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନା ଅବଧି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନା ବୃଦ୍ଧି ପାଇଁ ନିଷ୍ପତି ନିଆଯାଇଥିଲା । ଫଳରେ ୨୦୨୬-୨୭ ରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଏହି ଯୋଜନା ଜାରି ରହିବ ଏବଂ ଏଥିପାଇଁ ୩.୧୫ ଲକ୍ଷ କୋଟି ଟଙ୍କା ବ୍ୟୟବରାଦକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି । କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ଏହି ନିଷ୍ପତ୍ତି ଦ୍ୱାରା ଯୋଗ୍ୟ କୃଷକ ପରିବାରଗୁଡ଼ିକୁ ନିରବଚ୍ଛିନ୍ନ ଭାବେ ଆର୍ଥିକ ସହାୟତା ମିଳିପାରିବ ।
ଫେବୃଆରୀ ୨୦୧୯ରେ ଆରମ୍ଭ ହୋଇଥିବା ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ଚାଷୀ ପରିବାରକୁ ବାର୍ଷିକ ୬,୦୦୦ ଟଙ୍କା ତିନୋଟି ସମାନ କିସ୍ତିରେ ଦିଆଯାଉଛି । ଆର୍ଥିକ ସ୍ୱଚ୍ଛତା ପାଇଁ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର (DBT) ମାଧ୍ୟମରେ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ଅର୍ଥ ହସ୍ତାନ୍ତର କରାଯାଉଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।