୮୦ ବର୍ଷରେ ପାଦ ଥାପିଲେ ନବୀନ ପଟ୍ଟନାୟକ

Oct 16, 2026 - 11:58
୮୦ ବର୍ଷରେ ପାଦ ଥାପିଲେ ନବୀନ ପଟ୍ଟନାୟକ

ନନ୍ଦିଘୋଷ ବ୍ୟୁରୋ: ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଦୀର୍ଘ ୨୪ ବର୍ଷ ଧରି ଓଡ଼ିଶାବାସୀଙ୍କ ବିଶ୍ବାସ ଜିତିବାରେ ସକ୍ଷମ ହୋଇଥିବା ଏହି ରାଜନେତା ଆଜି ୮୦ ବର୍ଷରେ ପାଦ ଥାପିଛନ୍ତି । କ୍ରମାଗତ ଭାବେ ୫ ଥର ନିର୍ବାଚିତ ହୋଇ ୨୦୦୦ରୁ ୨୦୨୪ ଯାଏଁ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ତୁଲାଇଥିଲେ ଏହି ନବୀନ।

ଜନ୍ମଦିନ ଅବସରରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଅଭିନନ୍ଦନ ଜଣାଇବା ସହ ନବୀନଙ୍କ ନିରାମୟ ଓ ସୁଖମୟ ଜୀବନ କାମନା କରିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ତେଣେ ଜନ୍ମଦିନର ଶୁଭେଚ୍ଛା ଜଣାଇବା ନେଇ ନବୀନ ନିବାସରେ ନେତା ଓ ମନ୍ତ୍ରୀଙ୍କ ଭିଡ଼ ଦେଖିବାକୁ ମିଳିଛି ।  ସେପଟେ ବ୍ରହ୍ମପୁର ବିଜୁ ଜନତା ଦଳର ସମସ୍ତ କର୍ମକର୍ତ୍ତା, ବରିଷ୍ଠ ନେତା, ବ୍ରହ୍ମପୁର ମେୟର, କର୍ପୋରେଟର ସହ ବିଜୁ ପରିବାର ତରଫରୁ ଦୀପ ଲଗାଯାଇଛି। ନବୀନ ପଟ୍ଟନାୟକଙ୍କ ଦୀର୍ଘାୟୁ କାମନା କରି ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମା ବୁଢୀ ଠାକୁରାଣୀଙ୍କ ମନ୍ଦିରରେ ଦୀପ ଲଗାଇ ସେମାନେ ପୂଜାର୍ଚ୍ଚନା କରିଛନ୍ତି। ସେପଟେ ପୁରୀରେ ସୁଦର୍ଶନ ବାଲୁକା କଳା ଅନୁଷ୍ଠାନ ପକ୍ଷରୁ ସ୍ୟାଣ୍ଡ ଆନିମେଶନ ମାଧ୍ୟମରେ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ପ୍ରଦର୍ଶିତ କରାଯିବା ସହ ଜନ୍ମଦିନର ଅଭିନନ୍ଦନ ଜ୍ଞାପନ କରାଯାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)