6 Districts Rain Alert Odisha: ସମ୍ଭାବ୍ୟ ବାତ୍ୟାକୁ ନେଇ ବଢ଼ିଲା ଚିନ୍ତା, ୧୮ରୁ ୨୦ ଯାଏଁ ଛେଚିବ ବର୍ଷା!

Nov 15, 2026 - 12:37
6 Districts Rain Alert Odisha: ସମ୍ଭାବ୍ୟ ବାତ୍ୟାକୁ ନେଇ ବଢ଼ିଲା ଚିନ୍ତା, ୧୮ରୁ ୨୦ ଯାଏଁ ଛେଚିବ ବର୍ଷା!

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ବର୍ଷା ପବନ ହୋଇପାରେ।

୧୮, ୧୯ ଏବଂ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment ଆସନ୍ତା ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ ତଥା ଏହାର ଆଖପାଖ ସମୁଦ୍ର ମଧ୍ୟରେ ଝଡ଼ତୋଫାନ ସହ ପବନର ବେଗ ଘଣ୍ଟା ପ୍ରତି ୪୫-୫୫ କିଲୋମିଟର ରହିପାରେ।

ଝଟକା ପବନ ୬୫ କିଲୋମିଟର ଛୁଇଁପାରେ।

ଏହି ସମୟରେ ଦକ୍ଷିଣ ଓଡ଼ିଶା ଉପକୂଳ ଓ ଆଖପାଖରେ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବାର ସମ୍ଭାବନା ଅଛି।

ଏଥିପାଇଁ ୧୭ ଓ ୧୮ ଦୁଇ ଦିନ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ଓଡ଼ିଶା ଉପକୂଳ ଓ ଏହାର ଆଖପାଖ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)