A low pressure: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୧୪ ଯାଏଁ ବର୍ଷା, ପଶ୍ଚିମ ଓଡ଼ିଶାରେ ଛେଚିବ
"ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶାର ବାୟୁମଣ୍ଡଳ ଉପରି ଭାଗରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି।
ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଦକ୍ଷିଣ-ପଶ୍ଚିମ ଆଡ଼କୁ ଏହା ଢଳି ରହିଛି।
ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଗଷ୍ଟ ୧୪ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।
ଭାରତୀୟ ପାଣିପାଗ ବିଭାଗ ସୂଚନା ମୁତାବକ, ଲଘୁଚାପ କ୍ଷେତ୍ର ପ୍ରଭାବରେ ରବିବାର ପଶ୍ଚିମ ଓଡ଼ିଶାରେ ବର୍ଷା ଛେଚିବ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।
୧୦ ତାରିଖରେ ବି ଏହି ଅଞ୍ଚଳରେ ପ୍ରବଳ ବର୍ଷା ହେବ।
ଭାରତୀୟ ପାଣିପାଗ ବିଭାଗ ଏହି ଅଞ୍ଚଳ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।
ସେପଟେ ଲଘୁଚାପର ପ୍ରଭାବ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ରହିବ।
ଏହି ଅଞ୍ଚଳ ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ବାକି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।
ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।Advertisment World Tribal Day: ମହଦେବଡ଼ିହିର ମହେନ୍ଦ୍ର ସର୍ଦ୍ଦାର; 'ଅଲ୍ ଅନଲ୍" ଲିପି ଭୂମିଜ ସମାଜକୁ ଦେଲେ ନୂଆ ପରିଚୟ ପଶ୍ଚିମ ଓଡ଼ିଶାରେ ଛେଚିବପଶ୍ଚିମକୁ ଅରେଞ୍ଜ, ଉତ୍ତର ଓ ଦକ୍ଷିଣ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଅଗଷ୍ଟ ୧୩ରୁ ବର୍ଷାର ପ୍ରଭାବ କମିବ।
ଲଘୁଚାପ ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ବଲାଙ୍ଗୀର, ନୂଆପଡ଼ା ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।
୧୦ ଓ ୧୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ଓ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବାକି ଜିଲ୍ଲାରେ କିଛି ସ୍ଥାନରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।
ଘଡଘଡ଼ି, ବିଜୁଳି ସହ ପବନ ବହିବ।
୧୨ ତାରିଖରେ ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।
ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅଗଷ୍ଟ ୧୪ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।
Farming: ୪୦୦ କୃଷକଙ୍କୁ ତାଲିମ ପ୍ରଦାନ କରିଛି ବେଦାନ୍ତର ପ୍ରକଳ୍ପ ସଙ୍ଗମ"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
