Accident: କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ମୃତ

Jul 20, 2026 - 08:35
Accident: କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ମୃତ

"ଭୁବନେଶ୍ବର: ଆଜି ସକାଳେ କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାରେ ଏକ  ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି।

ଏଥିରେ ଦୁଇଜଣ ପ୍ରାଣ ହରାଇଥିବା ଜଣାଯାଇଛି।

କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାର କୁସୁନପୁର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁଯାୟୀ, ରାସ୍ତାରେ ଯାଉଥିବା ଏକ ଟ୍ରକ୍‌କୁ ପଛପଟୁ ଏକ ଦ୍ରୁତଗାମୀ କଣ୍ଟେନର ଜୋରଦାର ଧକ୍କା ଦେଇଥିଲା ।

ଧକ୍କା ଏତେ ଜୋରରେ ଥିଲା ଯେ କଣ୍ଟେନରର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଥିଲା।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଆର୍ତ୍ତନାଦ ସୃଷ୍ଟି ହୋଇଥିଲା ।

ସ୍ଥାନୀୟ ଲୋକମାନେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଦୁର୍ଘଟଣାଗ୍ରସ୍ତ ଗାଡ଼ିରେ ଫସିଥିବା ଲୋକଙ୍କୁ ବାହାର କରିଥିଲେ ।

ତେବେ ସେତେବେଳକୁ ଦୁଇ ଜଣଙ୍କର ମୃତ୍ୟୁ ଘଟିସାରିଥିଲା ।Advertisment ପୁଲିସ ତଦନ୍ତ ଆରମ୍ଭ କରିଛି  ଅନ୍ୟ ଜଣେ ଗୁରୁତର ଆହତଙ୍କୁ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରାଯାଇଛି ।

ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ସୂଚନା ମିଳିଛି ।

ଖବର ପାଇ ନିଶ୍ଚିନ୍ତକୋଇଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବା ସହ ମୃତଦେହ ଦୁଇଟିକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ପୁଲିସ ତଦନ୍ତ ଆରମ୍ଭ କରିଛି ।

ଏହି ଦୁର୍ଘଟଣା ପରେ କିଛି ସମୟ ପାଇଁ କଟକ-ଚାନ୍ଦବାଲି ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା ।

ପରେ ପୁଲିସ ଓ ସ୍ଥାନୀୟ ଲୋକଙ୍କ ସହଯୋଗରେ କ୍ଷତିଗ୍ରସ୍ତ ଯାନବାହନକୁ ହଟାଇ ଯାତାୟତ ସ୍ୱାଭାବିକ କରାଯାଇଥିଲା ।

Neglect: କେବେ ସୁଧୁରିବ ଭଞ୍ଜ ମାର୍କେଟର ଡ୍ରେନେଜ୍ ବ୍ୟବସ୍ଥା?

ମୁକ୍ତ ଶୌଚାଳୟ ପାଲଟିଛି ଡ୍ରେନ୍‌ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।