Accident: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଆଖି ବୁଜିଲେ ଉଭୟ ଆରୋହୀ
ବୈଶିଙ୍ଗା/ବାରିପଦା: ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।
ଏଥିରେ ୨ ବାଇକ୍ ଆରୋହୀ ପ୍ରାଣ ହରାଇଛନ୍ତି।
ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ୨୨୦ ନମ୍ବର ଜାତୀୟ ରାଜପଥ ପାଣ୍ଠ ଛକ ନିକଟରେ।
Advertisment ମୃତକ କେନ୍ଦୁଝର ଜିଲ୍ଲା ଅଞ୍ଚଳର ସୂଚନା ଅନୁଯାୟୀ, ୨ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ହିଁ ଉଭୟ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି।
ଘଟଣା ସ୍ଥଳରେ ଯଶିପୁର ପୁଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।
ମୃତ ୨ ବାଇକ୍ ଆରୋହୀ କେନ୍ଦୁଝର ଜିଲ୍ଲା ଅଞ୍ଚଳର ବୋଲି ପୁଲିସ ସୂଚନା ଦେଇଛି।
ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
Girl Student Death: ସେବାଶ୍ରମରେ ଅଭାବନୀୟ ଘଟଣା: ଚାଲିଗଲା ସପ୍ତମ ଶ୍ରେଣୀର ଛାତ୍ରୀଙ୍କ ଜୀବନ, କାରଣ ଅସ୍ପଷ୍ଟ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
