Accident: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ, ୨ ଗୁରୁତର
"ବ୍ରଜରାଜନଗର (ଉପେନ ସାହୁ): ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ବାରଖଣ୍ଡିଆ ଫୁଟବଲ ପଡ଼ିଆ ନିକଟରେ ଆଜି ସନ୍ଧ୍ୟା ପ୍ରାୟ ୬ଟା ସମୟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।Advertisment ସୂଚନା ଅନୁଯାୟୀ, ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଥିଲେ।
ଫଳରେ ବାଇକରେ ଥିବା ୪ ଜଣ ଆହତ ହୋଇଥିଲେ।
ସ୍ଥାନୀୟ ଲୋକେ ତୁରନ୍ତ ଆମ୍ବୁଲାନ୍ସ ଡାକି ୪ ଜଣଙ୍କୁ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ।
ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ।
ଅନ୍ୟ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି ଏବଂ ସେମାନଙ୍କର ଚିକିତ୍ସା ଚାଲିଛି।
ମୃତ ଓ ଆହତଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ।
ତେବେ ସେମାନେ ସୁନ୍ଦରଗଡ଼ ଜିଲ୍ଲାର ବୋଲି ପ୍ରାଥମିକ ଭାବେ ଜଣାପଡ଼ିଛି।
ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଅଧିକ ତଦନ୍ତ ଆରମ୍ଭ କରିଛି।
Plane Accident: ବାହାମାସରେ ଭୟଙ୍କର ବିମାନ ଦୁର୍ଘଟଣା; ୧୦ ଜଣଙ୍କର ଦୁଃଖଦ ମୃତ୍ୟୁ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।