BaliYatra: ନଭେମ୍ବର ୨୪ରୁ ଡିସେମ୍ବର ୧ ତାରିଖ ଯାଏ ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରା

Aug 26, 2026 - 14:51
BaliYatra: ନଭେମ୍ବର ୨୪ରୁ ଡିସେମ୍ବର ୧ ତାରିଖ ଯାଏ ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରା

"କଟକ: କଟକ ବାଲିଯାତ୍ରାକୁ ଆଉ ମାତ୍ର ତିନି ମାସର ଅପେକ୍ଷା।

ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରା ।

ଏଥର ଉପର ପଡ଼ିଆ ସହ ତଳ ପଡ଼ିଆରେ ମଧ୍ୟ ବାଲିଯାତ୍ରା ଆୟୋଜନ କରାଯିବ।

ବାଲିଯାତ୍ରାକୁ ଆସୁଥିବା ଲୋକଙ୍କ ସୁବିଧା ପାଇଁ ଗତବର୍ଷ ତୁଳନାରେ ଚଳିତବର୍ଷ ପାର୍କିଂ ବ୍ୟବସ୍ଥା ବଢ଼ାଯିବ।

ଭିଡ଼ ନିୟନ୍ତ୍ରଣ ସହ ଯାନବାହନ ପାର୍କିଂକୁ ନେଇ ପ୍ରଶାସନ ପକ୍ଷରୁ ବିଶେଷ ଯୋଜନା କରାଯାଉଛି ।କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରୁ ମଧ୍ୟ କଳାକାରମାନେ ଆସି ବାଲିଯାତ୍ରା ମଞ୍ଚରେ କାର୍ଯ୍ୟକ୍ରମ ପରିବେଷଣ କରିବେ ।Advertisment ଆକର୍ଷଣ ହେବ ମହାନଦୀରେ ଜଳକ୍ରୀଡ଼ା ଫଳରେ ଦର୍ଶକଙ୍କ ପାଇଁ ମନୋରଞ୍ଜନର ଭରପୂର ବ୍ୟବସ୍ଥା ରହିବ ।

ଏଥର ବାଲିଯାତ୍ରାର ଆଉ ଏକ ଆକର୍ଷଣ ହେବ ମହାନଦୀରେ ଜଳକ୍ରୀଡ଼ା।

ବାଲିଯାତ୍ରା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ମହାନଦୀରେ ଜଳକ୍ରୀଡ଼ାର ସୁବିଧା ଉପଲବ୍ଧ ରହିବ ବୋଲି କହିଛନ୍ତି ପ୍ରଶାସନ ।

ତେବେ ବାଲିଯାତ୍ରାରେ ଅଧିକ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା, ଟ୍ରାଫିକ୍ ଓ ପାର୍କିଂ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଉଛି ।

ଚଳିତବର୍ଷ ବାଲିଯାତ୍ରାକୁ ଆହୁରି ଆକର୍ଷଣୀୟ ଓ ସୁବ୍ୟବସ୍ଥିତ କରିବା ନେଇ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।

Bull: ବାଙ୍କୀରେ ଚାଞ୍ଚଲ୍ୟ: ବୋମା ଖାଇ ଷଣ୍ଢ ମୃତ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)