Bus Accident: ଓଲଟିଲା ଯାତ୍ରୀବାହୀ ବସ୍, ୩ ଯାତ୍ରୀ ଗୁରୁତର

Aug 18, 2026 - 09:04
Bus Accident: ଓଲଟିଲା ଯାତ୍ରୀବାହୀ ବସ୍, ୩ ଯାତ୍ରୀ ଗୁରୁତର

"ନୟାଗଡ଼: ନୟାଗଡ଼ ବାଇପାସରେ ଭୋର ସମୟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି।

ଦାରିଙ୍ଗବାଡ଼ିରୁ ଭୁବନେଶ୍ୱର ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ବାଇପାସ ରାସ୍ତାରେ ଓଲଟି ପଡ଼ିଥିଲା।Advertisment  କାଚ ଭାଙ୍ଗି ଯାତ୍ରୀମାନଙ୍କୁ ଉଦ୍ଧାର  ଦୁର୍ଘଟଣା ସମୟରେ ବସ୍‌ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିବା ଜଣାପଡ଼ିଛି।

ବସ୍‌ଟି ଓଲଟିବା ପରେ ଯାତ୍ରୀମାନେ ଭିତରେ ଫସି ରହିଥିଲେ।

ପରେ ବସ୍‌ର ଆଗ କାଚ ଭାଙ୍ଗି ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଥିଲା।

ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।

ଆହତ ସମସ୍ତଙ୍କୁ ଚିକିତ୍ସା ପାଇଁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।

Schools Closed: ସୁନ୍ଦରଗଡ଼ରେ ଲଗାଣ ବର୍ଷା, ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media