Car Crashes Into Truck: ଜଗା ଦର୍ଶନ କରି ଫେରୁଥିବା ବେଳେ ଭୟଙ୍କର ଦୁର୍ଘଟଣା; ୧୦ରୁ ଅଧିକ ତୀର୍ଥଯାତ୍ରୀ ଗୁରୁତର
ପୁରୀରୁ ଜଗନ୍ନାଥ ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା। ବିଳମ୍ବିତ ରାତିରେ ରାସ୍ତା କଡରେ ଛିଡା ହୋଇଥିବା ଏକ ଟ୍ରକକୁ ପଛ ପଟୁ ଧକ୍କା ଦେଲା କାର୍।
୧୦ ରୁ ଅଧିକ ଜଣ ତୀର୍ଥଯାତ୍ରୀ ଗୁରୁତର, ବସ୍ତା ଥାନା ୧୬ ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ଦୁର୍ଘଟଣା ଘଟିଛି। ପୋଲିସ, ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ହସପିଟାଲରେ ଭର୍ତ୍ତି କରିଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।