Chief Minister: ଖୁବ୍ ଶୀଘ୍ର ରିପୋର୍ଟ ଆଧାରରେ ଗଞ୍ଜାମବାସୀଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

Nov 23, 2026 - 15:39
Chief Minister: ଖୁବ୍ ଶୀଘ୍ର ରିପୋର୍ଟ ଆଧାରରେ ଗଞ୍ଜାମବାସୀଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: 'ଅର୍ଣ୍ଣବ ଓ ଅକଭାନ-୨୦୨୬' ଯୋଗୁଁ ଗଞ୍ଜାମ ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗଞ୍ଜାମବାସୀ କ୍ଷତିପୂରଣ ପାଇବେ।

୨୫୦୦ ପରିବାରଙ୍କୁ ଘରଭଙ୍ଗା ସହାୟତା ଦିଆସରିଛି।

ଲୋକଙ୍କ ଦୁଃଖ ଶୁଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,ରାସନ କାର୍ଡ ନଥଇବା ଲୋକଙ୍କୁ ତାହା ଦି୍ଆଯିବ।

ଏଥିଲାଗି ସେ ଲୋକଙ୍କୁ ବ୍ଲକ୍ କାର୍ଯ୍ୟାଳୟରେ ଜଣାଇବାକୁ ଅନୁରୋଧ କରିଛନ୍ତି।

Advertisment ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲ୍ଲା ପରିଷଦଠାରେ 'ଅର୍ଣ୍ଣବ ଓ ଅକଭାନ-୨୦୨୬' ଯୋଗୁଁ ଗଞ୍ଜାମ ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା ବୈଠକ କରିଛନ୍ତି।

ବାତ୍ୟା ଓ ଲଗାଣ ବର୍ଷାଜନିତ କ୍ଷୟକ୍ଷତିର ଆକଳନ, ରିଲିଫ୍ ବଣ୍ଟନ ଏବଂ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ନେଇ ବିଭାଗୀୟ ଅଧିକାରୀ, ସ୍ଥାନୀୟ ପ୍ରଶାସନ ଓ ଜନପ୍ରତିନିଧିମାନଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି।

ପ୍ରଭାବିତଙ୍କୁ ତ୍ୱରିତ ସହାୟତା ପହଞ୍ଚାଇବା ଏବଂ କ୍ଷତିଗ୍ରସ୍ତ ଭିତ୍ତିଭୂମିର ଶୀଘ୍ର ପୁନରୁଦ୍ଧାର ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ବାତ୍ୟା 'ଅକଭାନ' ଓ ଲଗାଣ ବର୍ଷାରେ ପ୍ରଭାବିତ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକର ବଉଳଗାଁ ପରିଦର୍ଶନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଷଜମିରେ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି।

କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଆଲୋଚନା କରିବା ସହ କୌଣସି ଯୋଗ୍ୟ ଚାଷୀ ଯେପରି ସହାୟତାରୁ ବଞ୍ଚିତ ନହୁଅନ୍ତି, ସେଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

Sushant Kumar Nath: ଆଇପିଏସ୍ ଅଫିସର ସୁଶାନ୍ତ କୁମାର ନାଥଙ୍କ ନାଆଁରେ ସଙ୍ଗିନ ଅଭିଯୋଗ: କ୍ୟାପିଟାଲ୍ ଥାନାରେ ନିଜର ବୟାନ୍ ରେକର୍ଡ କ‌ଲେ ପୂର୍ବତନ ଜେଲର୍ ବାତ୍ୟା 'ଅକଭାନ' ଓ ଲଗାଣ ବର୍ଷାରେ ପ୍ରଭାବିତ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଳକର ହାଣ୍ଡିଘର ଗ୍ରାମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଷଜମିରେ ଫସଲ କ୍ଷୟକ୍ଷତିର ପ୍ରତ୍ୟକ୍ଷ ଅନୁଧ୍ୟାନ କରିଛନ୍ତି।

କ୍ଷତିଗ୍ରସ୍ତ ଚାଷୀ ଭାଇଭଉଣୀମାନଙ୍କ ସହ ଆଲୋଚନା କରିବା ସହ ଖୁବଶୀଘ୍ର ରିପୋର୍ଟ ଆଧାରରେ ସେମାନଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)