Chief Minister reviews Rath Yatra: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା: ସୁରକ୍ଷା ତଦାରଖ କରିବେ ୧୯ ଆଇପିଏସ୍
"ଭୁବନେଶ୍ବର: ରଥଯାତ୍ରା ସୁରୁଖୁରୁରେ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି।
ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ସହଯୋଗ, ସମନ୍ୱୟ ଓ ନିରନ୍ତର ଯୋଗାଯୋଗ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ।Advertisment Competition: ଆମେରିକାରେ ଓଡ଼ିଶାର ପାରଂପରିକ ପିଠା ପ୍ରତିଯୋଗିତା ଆଜିର ବୈଠକରେ ନୀତିକାନ୍ତିରେ ସମୟାନୁବର୍ତ୍ତିତା, ରଥ ଓ ଯାତ୍ରୀଙ୍କ ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଅଗ୍ନିଶମ ସେବା ଉପରେ ଶ୍ରୀ ମାଝୀ ଗୁରୁତ୍ୱ ଦେଇଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ, କୌଣସି ପରିସ୍ଥିତିରେ ଯେପରି ଯୋଗାଯୋଗର ଅଭାବ ନ ରୁହେ, ସେଥିପ୍ରତି ଧ୍ୟାନ ଦେବାକୁ ହେବ।
ଏହାବ୍ୟତୀତ କର୍ଡନ୍ ପରିଚାଳନା, ମହିଳାଙ୍କ ସୁରକ୍ଷା, ସନ୍ଦିଗ୍ଧ ଓ ନିଶା ସେବନକାରୀଙ୍କ ଉପରେ ନଜର, ଟ୍ରାଫିକ ବ୍ୟବସ୍ଥା, ଖାଦ୍ୟ ଓ ପାନୀୟ ଜଳର ମାନ ଯାଞ୍ଚ, ଜରୁରିକାଳୀନ ଉଦ୍ଧାର, ପାଣିପାଗକୁ ଦେଖି ଉପଯୁକ୍ତ ପଦକ୍ଷେପ ନିଆଯିବା ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ।
ବୈଠକରୁ ଜଣାଯାଇଛି ଯେ, ସୁରକ୍ଷା ବ୍ୟବସ୍ଥା ପାଇଁ ୧୨ ହଜାର ପୁଲିସ ତଥା ସିଏପିଏଫ୍ର କର୍ମଚାରୀ ମୁତୟନ କରାଯିବ।
ଏହାସହିତ ତଟ ସୁରକ୍ଷା ବଳ ଓ ନୌସେନା ସଜାଗ ଅଛନ୍ତି।
ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ୧୯ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ନିୟୋଜନ କରାଯିବ।
ସେହିପରି ୪୭୩ ସିସିଟିଭି କ୍ୟାମେରା ସହିତ ଶ୍ରଦ୍ଧାଳୁଙ୍କୁ ଜରୁରୀ ସୂଚନା ପ୍ରଦାନ ପାଇଁ ୬୫ଟି ବଡ଼ ଏଲ୍ଇଡି ସ୍କ୍ରିନ୍ର ବ୍ୟବସ୍ଥା କରାଯାଇଛି।
ଓଡ଼ିଆ, ହିନ୍ଦୀ ଓ ଇଂରାଜୀରେ ଏଥିରେ ସୂଚନା ଦିଆଯିବ।
୪୭୦ ସିସିଟିଭି କ୍ୟାମେରା ନଜରରେ ରହିବ ପୁରୀଦିବ୍ୟାଙ୍ଗ, ବୟୋଜ୍ୟେଷ୍ଠଙ୍କ ପାଇଁ ଗୁଣ୍ଡିଚା ମନ୍ଦିରରେ ସୁବିଧା ଦର୍ଶନ ଦିବ୍ୟାଙ୍ଗ, ବୟୋଜ୍ୟେଷ୍ଠ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ଗୁଣ୍ଡିଚା ମନ୍ଦିରରେ ଦର୍ଶନର ସୁବ୍ୟବସ୍ଥା ପାଇଁ ହେଲ୍ପ ଡେସ୍କର ବ୍ୟବସ୍ଥା କରାଯିବ।
ରଥଯାତ୍ରାରେ ପୁରୀକୁ ପ୍ରାୟ ୩୦୦ରୁ ଅଧିକ ଟ୍ରେନ୍ ଚଳାଚଳ କରିବ।
ତାକୁ ନଜରରେ ରଖି ଯାତ୍ରୀଙ୍କୁ ଉପଯୁକ୍ତ ସୂଚନା ପ୍ରଦାନ କରିବା, ଭିଡ଼ ନିୟନ୍ତ୍ରଣ ସହିତ ଅନ୍ୟାନ୍ୟ ବ୍ୟବସ୍ଥାକୁ ଠିକ ରୂପେ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଓ ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ସମସ୍ତ ବ୍ୟବସ୍ଥାର ସମ୍ପୂର୍ଣ୍ଣ ବିବରଣୀ ଉପସ୍ଥାପନ କରିଥିଲେ।
Education: ଆଲାଏନ୍ସ ବିଶ୍ବବିଦ୍ୟାଳୟରେ ନୂଆ ଏମ୍ବିଏ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ବୈଠକରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିସନର ଡି.କେ.
ସିଂହ, ଗୃହ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୁୁଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆ, ଅଗ୍ନିଶମ ବିଭାଗ ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ପୁରୀ ଜିଲ୍ଲାପାଳ ଓ ଏସ୍ପି ଉପସ୍ଥିତ ଥିଲେ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।