CM Grievance Hearing ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି:  ୧୯ ପାଳି ସୁଦ୍ଧା ୯୫ ପ୍ରତିଶତ ସମାଧାନ

Aug 24, 2026 - 17:34
CM Grievance Hearing ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି:  ୧୯ ପାଳି ସୁଦ୍ଧା ୯୫ ପ୍ରତିଶତ ସମାଧାନ

"୧୬ ଜଣ ଦୂରାରୋଗ୍ୟ ପୀଡିତଙ୍କ ପାଇଁ ୧୪.୫୦ ଲକ୍ଷ ଟଙ୍କା ତୁରନ୍ତ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀAdvertisment ଭୁବନେଶ୍ୱର: ୟୁନିଟ୍‌-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି (ସୋମବାର) ୨୦ତମ ରାଜ୍ୟସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଗତ ୧୯ଟି ଅଭିଯୋଗ ପ୍ରକୋଷ୍ଠରେ ଦାଖଲ ହୋଇଥିବା ଆପତ୍ତି ଅଭିଯୋଗ ଓ ଆବେଦନଗୁଡ଼ିକର ବିଚାର କରାଯାଇ ୯୫ ପ୍ରତିଶତ ସମାଧାନ କରାଯାଇଛି।

CM Grievance Cell: ଶାସନ ବ୍ୟବସ୍ଥା ଆଜି ସାଧାରଣ ଲୋକଙ୍କ ଦୁଆରମୁହଁରେ ପହଞ୍ଚିପାରିଛି ସବୁଥର ପରି ଆଜି ମୁଖ୍ୟମନ୍ତ୍ରୀ ସକାଳେ ପ୍ରଥମେ ଆସି ବାହାରେ ଅପେକ୍ଷା କରିଥିବା ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ।

ଆଜି ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଜରିଆରେ ୬୦୦ରୁ ଊର୍ଦ୍ଧ୍ୱ ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।

ବିଭିନ୍ନ ଦୁରାରୋଗ୍ୟ ରୋଗରେ ପୀଡ଼ିତ ୧୬ ଜଣଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୧୪.୫୦ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି।

Chief Minister's office resolved: ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠକୁ ଆସିଥିବା ଅଭିଯୋଗର ୯୬% ସମାଧାନ: ମୁଖ୍ୟମନ୍ତ୍ରୀଙ୍କ ୧୮ତମ ପାଳି ଅଭିଯୋଗ ଶୁଣାଣି ଆଜିର ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମ ଆଗରେ ବିବୃତି ରଖି କହିଛନ୍ତି, ଆମ ଶାସନ ବ୍ୟବସ୍ଥାର ମୂଳନୀତି ହେଉଛି- ସହାନୁଭୂତି, ସମବେଦନା ଓ ସହୃଦୟତା।

ଲୋକଙ୍କ ସମସ୍ୟା ଶୁଣି, ତା"ର ସମାଧାନ କରିବା ଆମ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା।

୨୦୨୪ ମସିହାର ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ରୂପେ ଘୋଷଣା କରି ଆମେ ସହାୟତା ପ୍ରଦାନ କରିଥିଲୁ।

ଚଳିତ ବନ୍ୟା ପାଇଁ ମଧ୍ୟ ସହାୟତା ପ୍ୟାକେଜ ପ୍ରଦାନ କରିଛୁ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୁଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଜଙ୍ଗଲ, ପରିବେଶ ଓ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ ଅରବିନ୍ଦ ପାଢୀ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

ସୂଚନାଯୋଗ୍ୟ, ପୂର୍ବରୁ ରାଜ୍ୟସ୍ତରରେ ଅନୁଷ୍ଠିତ ୧୯ଟି ପାଳିରେ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ୧୫,୩୨୭ ଅଭିଯୋଗ ମଧ୍ୟରୁ ୧୪,୫୧୯ ଅର୍ଥାତ ୯୫ ପ୍ରତିଶତ ଅଭିଯୋଗର ସଫଳ ସମାଧାନ କରାଯାଇସାରିଛି।

ଏଥି ସହିତ ଜିଲ୍ଲାସ୍ତରରେ ଜିଲ୍ଲାପାଳ ଓ ଏସ୍.ପି ମାନେ ନିୟମିତ ଭାବେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣୁଥିବା ବେଳେ ତହସିଲ ଓ ବ୍ଲକ ସ୍ତରରେ ମଧ୍ୟ ଅଭିଯୋଗ ଶୁଣାଣି ନିୟମିତ ରୂପେ ଚାଲିଛି।

ଜିଲ୍ଲାସ୍ତରରେ ଜୁଲାଇ ମାସ ଶେଷ ସୁଦ୍ଧା ୨,୬୯,୩୯୪ ଅଭିଯୋଗ ଶୁଣାଣି ହୋଇ ୮୭ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)