Cyclone: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ ଅଧିକାରୀଙ୍କ ସହ କଥା ହେଲେ ମନ୍ତ୍ରୀ

Oct 27, 2026 - 16:16
Cyclone: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ ଅଧିକାରୀଙ୍କ ସହ କଥା ହେଲେ ମନ୍ତ୍ରୀ

ଛତ୍ରପୁର (ବସନ୍ତ ମହାରଣା): ସମ୍ଭାବ୍ୟ ବାତ୍ୟା 'ଅର୍ଣ୍ଣବ' ଏବଂ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷା ଓ ବାତ୍ୟାର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାରେ ଗ୍ରହଣ କରାଯାଇଥିବା ସମସ୍ତ ପ୍ରସ୍ତୁତି ଓ ଆଗୁଆ ପଦକ୍ଷେପ ସମ୍ପର୍କରେ ଆଜି ସମୀକ୍ଷା କରାଯାଇଛି।

ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବାତ୍ୟା ମୁକାବିଲା, ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥା, ଜଳ ନିଷ୍କାସନ, ଯୋଗାଯୋଗ ଏବଂ ଜନସାଧାରଣଙ୍କ ସୁରକ୍ଷା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।

Advertisment ସମୀକ୍ଷା ସମୟରେ ମନ୍ତ୍ରୀ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ପୃଥକ୍ ଭାବେ ଆଲୋଚନା କରି ବାତ୍ୟା ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ, କ୍ଷେତ୍ରସ୍ତରରେ ପ୍ରସ୍ତୁତିର ସ୍ଥିତି, ଆବଶ୍ୟକ ଯନ୍ତ୍ରପାତି ଓ କର୍ମଚାରୀଙ୍କ ଉପଲବ୍ଧତା ଏବଂ ଜରୁରୀ ପରିସ୍ଥିତିରେ ତ୍ୱରିତ ପଦକ୍ଷେପ ଗ୍ରହଣ ପାଇଁ ରହିଥିବା ବ୍ୟବସ୍ଥା ସମ୍ପର୍କରେ ତଥ୍ୟ ନେଇଥିଲେ।

ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଆକଳନ କରି ସମସ୍ତ ବିଭାଗକୁ ସଜାଗ ରହିବା ସହ ଆବଶ୍ୟକ ସ୍ଥଳେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ପ୍ରସ୍ତୁତ ରହିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।

ବିଶେଷକରି ଅଗ୍ନିଶମ, ଓଡ୍ରାଫ୍ ଓ ଏନ୍‌ଡିଆର୍‌ଏଫ୍‌ର ପ୍ରସ୍ତୁତି, ବାତ୍ୟା ଆଶ୍ରୟସ୍ଥଳରେ ଆବଶ୍ୟକୀୟ ସୁବିଧା, ବିପଦପ୍ରବଣ ଅଞ୍ଚଳରୁ ଲୋକଙ୍କ ସୁରକ୍ଷିତ ସ୍ଥାନାନ୍ତରଣ, ରନ୍ଧା ଖାଦ୍ୟ ଓ ରିଲିଫ୍ ସାମଗ୍ରୀ ଯୋଗାଣ, ସ୍ୱାସ୍ଥ୍ୟସେବା ଏବଂ ଗର୍ଭବତୀ ମହିଳାଙ୍କ ସୁରକ୍ଷା ସମ୍ପର୍କରେ ବିଭାଗୀୟ ପ୍ରସ୍ତୁତିର ସମୀକ୍ଷା କରାଯାଇଥିଲା।

ଏଥିସହ ବ୍ରହ୍ମପୁର ସହର ସମେତ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥାକୁ ସୁଦୃଢ଼ କରିବା, ଡ୍ରେନ୍ ଓ ନାଳ ସଫେଇ, ଜଳବନ୍ଦୀ ସମସ୍ୟା ଏଡ଼ାଇବା ଏବଂ ରାସ୍ତାରେ ଯାତାୟାତ ସ୍ୱାଭାବିକ ରଖିବା ଆଦି ବିଷୟରେ ଆଲୋଚନା ହୋଇଥିଲା।

ବୈଠକରେ ଗଞ୍ଜାମ ଜିଲ୍ଲାପାଳ ଭି.

କୀର୍ତ୍ତି ଭାସନ, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ହରିଶ ବିସିଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ, ବ୍ରହ୍ମପୁର ମହାନଗର ନିଗମର କମିଶନର, ଉପଜିଲ୍ଲାପାଳ, ବିଡ଼ିଓ, ତହସିଲଦାର, ବିଭିନ୍ନ ବିଭାଗର ବରିଷ୍ଠ ଯନ୍ତ୍ରୀ, ଅଗ୍ନିଶମ, ସ୍ୱାସ୍ଥ୍ୟ, ମତ୍ସ୍ୟ ଓ ଅନ୍ୟାନ୍ୟ ଜରୁରୀକାଳୀନ ସେବା ସହ ସମ୍ପୃକ୍ତ ଅଧିକାରୀମାନେ ଯୋଗଦେଇଥିଲେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)