Cyclone Akvan Alert: ଗଞ୍ଜାମ ଜିଲ୍ଲାରେ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ
ଛତ୍ରପୁର( ବସନ୍ତ କୁମାର ମହାରଣା): ସମ୍ଭାବ୍ୟ ବାତ୍ୟା 'ଅକବାନ'ର ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି।
ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।
ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ସମେତ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି।
Advertisment Cyclone Akvan: ଗଜପତିରେ ୧୫୫ଟି ଭୂସ୍ଖଳନପ୍ରବଣ ସ୍ଥାନ, ୪୭ଟି ବନ୍ୟାପ୍ରବଣ ଅଞ୍ଚଳ ଚିହ୍ନଟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ନଭେମ୍ବର ୧୯ ଓ ୨୦ ତାରିଖରେ ଗଞ୍ଜାମ ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି।
ଏହାକୁ ଗୁରୁତ୍ୱର ସହ ନେଇ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।
ଜିଲ୍ଲାର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ, ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ।
ତେବେ ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ମଧ୍ୟ ସମ୍ପୃକ୍ତ କର୍ମଚାରୀମାନେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ରହିଛି।
Cyclonic Storm akvan Over Bay of Bengal: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ 'ଅକ୍ବନ', ୧୮ରୁ ଓଡ଼ିଶାରେ ବର୍ଷା ସତର୍କତା ଅନ୍ୟପକ୍ଷରେ, ଆବଶ୍ୟକ ପଡ଼ିଲେ ଏହି ଶିକ୍ଷାନୁଷ୍ଠାନଗୁଡ଼ିକୁ ଅସ୍ଥାୟୀ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ।
ଏଥିନିମନ୍ତେ ପାନୀୟ ଜଳ, ବିଦ୍ୟୁତ୍ ସଂଯୋଗ, ପାୱାର ବ୍ୟାକ୍ଅପ୍ ଓ ପରିମଳ ବ୍ୟବସ୍ଥା ସମେତ ଆବଶ୍ୟକୀୟ ମୌଳିକ ସୁବିଧା ସୁନିଶ୍ଚିତ କରିବାକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
