Cyclone Akvan Impact: ଅକୱାନ୍ ପ୍ରଭାବରେ ଭିଜୁଛି ଓଡ଼ିଶା, ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ଆଲର୍ଟ
ବାତ୍ୟା 'ଅକୱାନ୍' ପ୍ରଭାବରେ ରାଜ୍ୟରେ ବର୍ଷା।
କିଛି ଜିଲ୍ଲାରେ ଝିପି ଝିପି ବର୍ଷା ସହ ହାଲୁକା ପବନ।
ଟ୍ବିନ ସିଟିରେ ଲାଗିରହିଛି ବର୍ଷା।
ସକାଳୁ ପୁରୀରେ ମଧ୍ୟ ପ୍ରବଳ ବର୍ଷା ପବନ।
ଆଜି ଏବଂ ଆସନ୍ତାକାଲି ରାଜ୍ୟରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆଜି ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ ଜଗତସିଂହପୁର ଓ କେନ୍ଦ୍ରାପଡାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି।
Advertisment ମାଲକାନଗିରି, କୋରାପୁଟ, ରାୟଗଡା, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ବାକି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହି ପରି ଆସନ୍ତାକାଲି ମଧ୍ୟ ମୟୂରଭଞ୍ଜ, ବାଲେଶ୍ବରକୁ ରେଡ ୱାର୍ଣ୍ଣିଂ, ୧୩ ଜିଲ୍ଲାକୁ ଅରେଞ୍ଜ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
