Cyclone Alert: ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା! ୨୧ ତାରିଖ ଯାଏଁ ଓଡ଼ିଶାରେ ବର୍ଷା ଆଲର୍ଟ
ଆଜି ସନ୍ଧ୍ୟା ସୁଦ୍ଧା ସୃଷ୍ଟି ହୋଇପାରେ ବାତ୍ୟା।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ଗଭୀର ଅବପାତ।
ଆସନ୍ତାକାଲି ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ।
୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ଆକଳନ କରାଯାଉଛି।
ଅତି ଭୀଷଣ ବାତ୍ୟାରେ ପରିଣତ ହେବା ପରେ ଏହା ଆନ୍ଧ୍ର ଉପକୂଳ ମୁହାଁ ହୋଇପାରେ।
Advertisment ତେବେ କେଉଁଠି ଲ୍ୟାଣ୍ଡଫଲ୍ କରିବ, ସେନେଇ ଏଯାଏଁ ସ୍ପଷ୍ଟ ଆକଳନ କରିନାହିଁ ଆଇଏମଡି।
୬ ଘଣ୍ଟା ହେଲା ୮ କିମି ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଗଭୀର ଅବପାତରେ ପରିଣତ ହୋଇଛି ଅବପାତ।
ଏହା ଏବେ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୮୭୦କିମି ଏବଂ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ପ୍ରାୟ ୯୮୦ କିଲୋମିଟର ଦୂରରେ ରହିଛି।
ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାରେ ବଢ଼ିଛି ଚିନ୍ତା।
ଆସନ୍ତା ୧୮ ତାରିଖରୁ ରାଜ୍ୟରେ ଏହାର ପ୍ରଭାବ ପଡ଼ିପାରେ।
ବୁଧବାର ପାଇଁ ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଏହାପରେ ୧୯, ୨୦ ଓ ୨୧ ତାରିଖ ଲଗାତାର ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଓ ପବନର ସମ୍ଭାବନା ରହିଛି।
Advertisment ୧୯ ତାରିଖରେ ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୦ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଏବଂ ୨୧ ତାରିଖରେ ପଶ୍ଚିମ ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ତେବେ ବାତ୍ୟାର ଗତିପଥ, ତୀବ୍ରତା ଓ ସମ୍ଭାବ୍ୟ ପ୍ରଭାବ ଉପରେ ନଜର ରଖିଛି ଆଇଏମଡି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
