Cyclone Arnab: ‘ଅର୍ଣ୍ଣବ’ କ୍ଷୟକ୍ଷତି ଆକଳନ କଲା କେନ୍ଦ୍ରୀୟ ଟିମ୍: ଗଞ୍ଜାମରେ ହଜାରେ କୋଟି କ୍ଷତି!

Nov 05, 2026 - 08:15
Cyclone Arnab: ‘ଅର୍ଣ୍ଣବ’ କ୍ଷୟକ୍ଷତି ଆକଳନ କଲା କେନ୍ଦ୍ରୀୟ ଟିମ୍: ଗଞ୍ଜାମରେ ହଜାରେ କୋଟି କ୍ଷତି!

ହିଞ୍ଜିଳିକାଟୁ/ଆସିକା/ପୁରୁଷୋତ୍ତମପୁର/ଧରାକୋଟ: ବାତ୍ୟା 'ଅର୍ଣ୍ଣବ' ପରବର୍ତ୍ତୀ ବନ୍ୟା ଯୋଗୁଁ ଗଞ୍ଜାମ ଜିଲ୍ଲାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର କ୍ଷେତ୍ରସ୍ତରୀୟ ଅନୁଧ୍ୟାନ କରିଛି ୮ଜଣିଆ ଅନ୍ତଃମନ୍ତ୍ରାଳୟ କେନ୍ଦ୍ରୀୟ ପ୍ରତିନିଧି ଦଳ।

କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ରବିଶଙ୍କରଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍ ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ବିସ୍ତୃତ ଆକଳନ କରିଛନ୍ତି।

କେନ୍ଦ୍ରୀୟ ଟିମ୍ ପୁରୁଷୋତ୍ତମପୁର ବ୍ଲକ୍‌ର ଆଛୁଲି, ପ୍ରତାପପୁର, ହାଣ୍ଡିଘର ଓ ହନୁମାନପଲ୍ଲୀର ହୀରାଧରବାଟି ଜଳସେଚନ ପ୍ରକଳ୍ପକୁ ଯାଇଥିଲେ।

ପରେ ହିଞ୍ଜିଳି ବ୍ଲକ୍‌ର ଘୋଡ଼ାହାଡ଼ ପୋଲ ଓ ଜୟମଙ୍ଗଳ ଜଳସେଚନ ପ୍ରକଳ୍ପର କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ।

ଆସିକାର ଲକ୍ଷ୍ମୀ ବଜାର, ନବରତ୍ନପୁର ଓ ଉପଖଣ୍ଡ ଚିକିତ୍ସାଳୟ ସମେତ ଧରାକୋଟ ବ୍ଲକ୍‌ର ଜାହାଡ଼ା ଗ୍ରାମ ଓ ଜାନିବିଲି ଆନିକଟ ମଧ୍ୟ ବୁଲି ଦେଖିଥିଲେ।

Advertisment Health: ଭୁଶୁଡ଼ିଗଲାଣି ଗ୍ରାମୀଣ ସ୍ବାସ୍ଥ୍ୟସେବା; ବିଶେଷଜ୍ଞ ଡାକ୍ତର ନାହାନ୍ତି, ସିଏଚ୍‌ସିରେ ୪୯% ପଦବି ଖାଲି ପୁରୁଷୋତ୍ତମପୁର, ହିଞ୍ଜିଳି, ଆସିକା ଓ ଧରାକୋଟ ବୁଲିଲେ ରାସ୍ତା, ଘର ଓ ଚାଷଜମି ଦେଖିଲେ ଅନୁଧ୍ୟାନ ସମୟରେ ଚାଷଜମିରେ ବାଲିଚର ମାଡ଼ିଯିବା, ନଦୀବନ୍ଧ ଓ ଜଳସେଚନ ପ୍ରକଳ୍ପର କ୍ଷତି, ଗ୍ରାମ୍ୟ ରାସ୍ତା, ବିଦ୍ୟୁତ୍ ଭିତ୍ତିଭୂମି, ବାସଗୃହ, ବ୍ୟବସାୟିକ ପ୍ରତିଷ୍ଠାନ ଓ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର କ୍ଷୟକ୍ଷତି ସମ୍ପର୍କରେ ଟିମ୍ ସବିଶେଷ ତଥ୍ୟ ସଂଗ୍ରହ କରିଥିଲା।

ଏଥିସହ ବନ୍ୟା ବିପନ୍ନଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ଓ କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଥିଲେ।

ଚାଷଜମିକୁ ଯାଇ ଫସଲ ନଷ୍ଟର ପରିମାଣ ଅନୁଧ୍ୟାନ କରିବା ସହ ଆବଶ୍ୟକ ନମୁନା ମଧ୍ୟ ସଂଗ୍ରହ କରିଥିଲେ।

Indravati Bridge: ସ୍ବାଧୀନତା ସଂଗ୍ରାମର ସ୍ମୃତି ବହନ କରୁଥିବା ଇନ୍ଦ୍ରାବତୀ ବ୍ରିଜକୁ ଜାତୀୟ ସ୍ମାରକୀ ଘୋଷଣା ଦାବି ଏହାପୂର୍ବରୁ ସକାଳେ ଗୋପାଳପୁର ସର୍କିଟ୍ ହାଉସ୍‌ରେ ଜିଲ୍ଲା ପ୍ରଶାସନ ସହ କେନ୍ଦ୍ରୀୟ ପ୍ରତିନିଧିଦଳର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।

ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ବିଜୟ ଅମୃତ କୁଲାଙ୍ଗେ ଓ ଗଞ୍ଜାମ ଜିଲ୍ଲାପାଳ ଭି.

କୀର୍ତ୍ତି ଭାସନ ଜିଲ୍ଲାର ବିଭିନ୍ନ ବିଭାଗର କ୍ଷୟକ୍ଷତି ସମ୍ପର୍କରେ ପ୍ରତିନିଧି ଦଳକୁ ଅବଗତ କରାଇଥିଲେ।

ବିଭାଗୱାରୀ କ୍ଷତିର ବିବରଣୀ ଓ ପୁନରୁଦ୍ଧାର କାର୍ଯ୍ୟର ସ୍ଥିତି ଉପସ୍ଥାପନ କରାଯାଇଥିଲା।

ପ୍ରାଥମିକ ଆକଳନ ଅନୁଯାୟୀ, ବାତ୍ୟା ଓ ପରବର୍ତ୍ତୀ ବନ୍ୟା ଯୋଗୁଁ ଗଞ୍ଜାମ ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ ପ୍ରାୟ ୧୦୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି।

ଏହି ଗସ୍ତ ସମୟରେ ରାଜସ୍ୱ ଆୟୁକ୍ତ ଓ ଜିଲ୍ଲାପାଳ ଙ୍କ ସମେତ ସମ୍ପୃକ୍ତ ଅଞ୍ଚଳର ଜନପ୍ରତିନିଧି, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ, ଉପଜିଲ୍ଲାପାଳ, ଜିଲ୍ଲାସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାରମାନେ ଉପସ୍ଥିତ ରହି କେନ୍ଦ୍ରୀୟ ଟିମ୍‌କୁ ଆବଶ୍ୟକ ସହଯୋଗ କରିଥିଲେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)