Cyclone in the Bay of Bengal: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୨ ବେଳକୁ ଲଘୁଚାପରେ ପରିଣତ ହୋଇପାରେ

Aug 11, 2026 - 04:44
Cyclone in the Bay of Bengal: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୨ ବେଳକୁ ଲଘୁଚାପରେ ପରିଣତ ହୋଇପାରେ

"ଭୁବନେଶ୍ବର: ଓଡ଼ିଶା ଉପରୁ ଟଳୁନି ବର୍ଷା ବିପତ୍ତି।

ଗୋଟିଏ ଲଘୁଚାପ ବିପଦ ଟଳିବାର ୨୪ ଘଣ୍ଟା ନ ବିତୁଣୁ ବଙ୍ଗୋପସାଗରରେ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ପାଇଁ ପାଗ ଅନୁକୂଳ ହୋଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।

ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ଏହି ଘୂର୍ଣ୍ଣିବଳୟ ଆଗାମୀ ୩୬ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅଗଷ୍ଟ ୧୨ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ପ୍ରଭାବରେ ଅଗଷ୍ଟ ୧୨ରୁ ୧୫ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ବର୍ଷା ଲାଗିରହିବ।

ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଏବେଠାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।Advertisment Weather in Odisha: ଓଡ଼ିଶାରେ ଦାଉ ସାଧୁଛି ପାଣିପାଗ: ଆସୁଛି ଦୁଇଟି ଲଘୁଚାପ, ୧୫ ଯାଏଁ ପ୍ରବଳ ବର୍ଷା ୧୨ ବେଳକୁ ଲଘୁଚାପରେ ପରିଣତ ହୋଇପାରେଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂରେ ସାରା ଓଡ଼ିଶା ଆକଳନ ଅନୁଯାୟୀ ଆସନ୍ତା ୧୨ ତାରିଖରେ କଟକ, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ଅତିପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୩ ତାରିଖରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

ଅନ୍ୟ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ।

୧୪ ତାରିଖରେ ମଧ୍ୟ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଲଘୁଚାପ ସୃଷ୍ଟି ହେବା ପୂର୍ବରୁ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି।

ତେଣୁ ଅଗଷ୍ଟ ୧୧ରୁ ୧୪ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Weather: ପୁଣି ଦୁର୍ବଳ ହେବ ମୌସୁମୀ!

ପ୍ରବଳ ବର୍ଷା ପରେ ଏବେ "ଏଲ୍ ନିନୋ" ଭୟ"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media