Daily Horoscope 10th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jul 10, 2026 - 10:52
Daily Horoscope 10th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ
ଅଶ୍ୱନୀ – ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ। ବନ୍ଧୁଙ୍କ ସହ କଥାବାର୍ତ୍ତାରେ ଭଲ ପରାମର୍ଶ ପାଇବେ। ଖଣିଜ, ଧାତବ ଦ୍ରବ୍ୟ, ଖାଦ୍ୟଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ।
ଦ୍ୱିଜା –  ଦକ୍ଷତା ପାଇଁ ପ୍ରଂଶସିତ ହେଲେ ମଧ୍ୟ ପଦୋନ୍ନତି ମିଳି ନପାରେ। ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ।
କୃତିକା –  ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ। ମହିଳାମାନଙ୍କର ଜୀବନ ସୁଖ ସନ୍ତୋଷରେ କଟିବ। ରାଜନିତିଜ୍ଞମାନେ ବାସ୍ତବତା ହୃଦୟଙ୍ଗମ କରି ଦରିଦ୍ର ଜନତାଙ୍କ ସେବା କରିବେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  କୌଣସି ଲାଲ୍ ବର୍ଣ୍ଣର କୁକୁରକୁ ଖାଇବାକୁ ଦିଅନ୍ତୁ।

ବୃଷ-
କୃତିକା- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ। ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ରୋହିଣୀ- ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ। ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ। ସାମାଜିକ ମିଳାମିଶା ବଢିବ।
ମୃଗଶିରା- ମହିଳାମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ। ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ। କୈାଣସି କାମରେ ଯଥେଷ୍ଟ ଲାଭ ହେବ। ପ୍ରେମ ଜୀବନ ଭଲ ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ।

ମିଥୁନ
ମୃଗଶିରା - ପରିସ୍ରାଜନିତ ରୋଗ ଦେଖା ଦେଇପାରେ। ଆପଣଙ୍କ ଆର୍ଥିକ ସ୍ଥିତି ସୁଦୃଢ ରହିବ। ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ। ଉତ୍ତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ।
ଆଦ୍ରା -  ସନ୍ତାନମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ। କର୍ମଚାରୀମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ।
ପୁନର୍ବସୁ –  ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ। ସାମାଜିକ ସଂସାର କାମରେ ସହଯୋଗ କରିବେ। ଗୃହସୀମା ବିବାଦ ଦେଖାଦେଇ ପାରେ। ମହିଳାମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍‌ବିଗ୍ନ ରହିବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

କର୍କଟ-

ପୁନର୍ବସୁ- ସ୍ବାସ୍ଥ୍ୟରେ ଅବନତି ହୋଇପାରେ। ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ। କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ।
ପୁଷ୍ୟା- ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର୍ଯ୍ୟ ହାସଲ କରିବେ।
ଅଶ୍ଲେଷା- ଅଳଙ୍କାର ସୁନା କିଣିବା ଲାଗି ଭାବିବେ। କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ। ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।

ସିଂହ
ମଘା –  ଶ୍ୱାସ ଓ ହୃଦ ରୋଗୀମାନେ ବିଶେଷ ସତର୍କତା ରହିବା ଦରକାର। ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତ୍ତନ କରିବାର ଇଛା ହେବ।
ପୂ,ଫାଲଗୁନୀ - ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ। ରାଜନୀତିଜ୍ଞମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ। ପରୀକ୍ଷା ପ୍ରତିଯୋଗିତାରେ କୃତିକାର୍ଯ୍ୟ ହେବେ।
ଉ,ଫାଲଗୁନୀ – ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ। ବୈଜ୍ଞାନିକମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ।

କନ୍ୟା-
ଉ,ଫାଲଗୁନୀ- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ। ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ।
ହସ୍ତା- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମ୍ମାନ ପାଇବେ। ବିଦ୍ୟାର୍ଥୀମାନେ ପଢାରେ ମନନିବେଶ କରିବେ। କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇପାରନ୍ତି।
ଚିତ୍ରା- ପାଖ, ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କଚେରି ମାମଲା ମନ୍ଥର ହୋଇପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ।

ତୁଳା -
ଚିତ୍ରା –  ଦୁର୍ଘଟଣାଦି ମନରେ ଭୟ ରହିବ। ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ।
ସ୍ୱାତୀ –  କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ଶିକ୍ଷା କ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବା ସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ।
ବିଶାଖା –  ଖେଳାଳିମାନେ ପରିଶ୍ରମ କରି କୃତିତ୍ୱ ହାସଲ କରିବେ। ଆଇନର ଆଶ୍ରୟ ନେଇ ପାରନ୍ତି। ମହିଳାମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି। ବିଭିନ୍ନ ଦିଗରୁ ଆଶାତୀତ ଫଳ ପାଇବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ।

ବିଛା-
ବିଶାଖା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ। ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ। ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ।
ଅନୁରାଧା- ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ। କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି। ବଡ କମ୍ପାନିରୁ ଚାକିରିର ଡାକରା ଆସିପାରେ।
ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। କର୍ମଚାରୀମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ।

ଧନୁ

ମୂଳା –  ନୂଆ ବ୍ୟବସାୟରେ ପୁଞ୍ଜି ଲଗାଇଲେ ଆପଣଙ୍କୁ ଦ୍ୱିଗୁଣା ଲାଭ ମିଳିବ। ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଅଧିକ ଖର୍ଚ୍ଚ ହୋଇପାରେ। ଅନେକ ସମସ୍ୟାର ସମାଧାନ ହୋଇଯିବ। ବଜାରରେ ଦୃତ ପରିବର୍ତ୍ତନ ସହ ବ୍ୟବସାୟୀମାନେ ଆଗକୁ ଆଗେଇବେ।
ପୂ , ଷାଢା –  କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ। ଶିକ୍ଷାର୍ଥୀମାନେ ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ। ବୈଜ୍ଞାନିକମାନେ ନୂତନ ତଥ୍ୟ ହାସଲରେ ଚେଷ୍ଟିତ ରହିବେ।
ଉ , ଷାଢା – କୋର୍ଟର ନିଷ୍ପତି ଆପଣଙ୍କ ପକ୍ଷରେ ହେବ। ମହିଳାମାନଙ୍କର ଦିନଟି ଶୁଭ ରହିବ। ସରକାରୀ କ୍ଷେତ୍ରରେ ସମ୍ମାନ ଜନକ କାର୍ଯ୍ୟ କରି ବିଦେଶ ଯାତ୍ରା କରିପାରନ୍ତି। ସଙ୍ଗୀତକାରମାନଙ୍କୁ ବହୁତ ପରିଶ୍ରମ କରିବାକୁ ପଡିପାରେ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ।

ମକର-
ଉ,ଷାଢା- ସୁସ୍ଥ ମାନସିକତା ରକ୍ଷା କରିବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ।
ଶ୍ରବଣା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ। ସକରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ। ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ।
ଧନିଷ୍ଠା- ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ। ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ।

କୁମ୍ଭ
ଧନିଷ୍ଠା –  ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ। ପରିବାରରେ ହସଖୁସିର ବାତାବରଣ ଖେଳିଯିବ। ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ।
ଶତଭିଷା –  ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ବଡ କମ୍ପାନୀରୁ ଚାକିରି ପାଇଁ ଡାକରା ଆସିବ। ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ।
ପୂ , ଭାଦ୍ରପଦ  – ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ସମ୍ପତି ବଢାଇବାର ଯୋଜନା ସଫଳ ହେବ। ମହିଳାମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ।

ମୀନ-
ପୂ,ଭାଦ୍ରପଦ- ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ। ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ।
ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ। ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ। ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି ।
ରେବତୀ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।