Daily Horoscope 11th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jul 11, 2026 - 09:11
Daily Horoscope 11th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-    
ଅଶ୍ୱନୀ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।            
କୃତିକା- ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । 
ଦ୍ୱିଜା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ ।  ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ଷଡ଼ଯନ୍ତ୍ରର ଶିକାର ହୋଇ ପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
କୃତିକା- ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିବେ। କୌଣସି ଚିନ୍ତା ନ କରି କାମରେ ଆଗେଇ ଚାଲନ୍ତୁ । କର୍ମକ୍ଷେତ୍ରରେ ଜଣେ ଅପରିଚିତ ବ୍ୟକ୍ତି ବହୁତ ସାହାଯ୍ୟ କରିବେ।
ରୋହିଣୀ- କର୍ମକ୍ଷେତ୍ରରେ ସତର୍କତାର ସହ ଚଳନ୍ତୁ, ଅନ୍ୟଥା ସାଧାରଣ ଘଟଣା ଭିନ୍ନରୂପ ନେଇପାରେ । ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ ଶାନ୍ତି ବ୍ୟାହତ ଆଶଙ୍କା ରହିଛି। ଛାତ୍ରଛାତ୍ରୀ ମାନେ ବିଦ୍ୱାନ ଓ ସାହସୀ ହେବେ ।
ମୃଗଶିରା- ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ।ନିିଜ ବୃଦ୍ଧି ବଳ ଓ ବାହୁ ବଳ ପ୍ରୟୋଗ କରି ଧନ ଅର୍ଜନ କରିପାରନ୍ତି । ଯାନବାହନ, ସଭାସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର- ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ମୃଗଶିରା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖାଦେଇପାରେ ।     
ଆଦ୍ରା- ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ । 
ପୁନର୍ବସୁ- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କର୍କଟ-
ପୁନର୍ବସୁ- ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାର୍ଯ୍ୟ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । 
ପୁଷ୍ୟା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଦେବ । ରାଜନୀତିରେ ବିରୋଧି ଦଳ ଫାଇଦା ଉଠାଇବେ । 
ଅଶ୍ଲେଷା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ। ଜମିଜମା କାରବାର ସକାଶେ ଦିନଟି ବହୁତ ଭଲ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨    
ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରିବେ

ସିଂହ-
ମଘା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥି ଆସିବାର ସମ୍ଭାବନା ରହିଛି । 
ପୂ- ଫାଲ୍‌ଗୁନୀ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଉ- ଫାଲ୍‌ଗୁନୀ- ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ଉ,ଫଳଗୁନି- କୌଣସି ନିଷ୍ପତି ନେବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ଭାଇଙ୍କ ସହଯୋଗ ପାଇ ବ୍ୟବସାୟ ଆଗକୁ ବଢିବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । 
ହସ୍ତା- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ ।
ଚିତ୍ରା-  ଆୟ ଉପାର୍ଜନରେ ବାଧାସୃଷ୍ଟି ହୋଇପାରେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଯାନବାହାନର ନବୀକରଣ କରିବା ପାଇଁ ମନ ବଳେଇ ପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର- ବୁଦ୍ଧ ଦେବଙ୍କର ବୀଜ ମନ୍ତ୍ର ଜପ କରନ୍ତୁ 

ତୁଳା-
ଚିତ୍ରା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ । 
ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି ।
ବିଶାଖା- ଆଇନର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ବିଛା-
ବିଶାଖା- ମାନସିକ ଦୁଶ୍ଚିନ୍ତା ଦୂରେଇ ଯାଇ ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ପ୍ରେମ କ୍ଷେତ୍ରରେ  ସଫଳତା ଲାଭ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ ।        
ଅନୁରାଧା- ରାଜନୀତିରେ ଉଚିତ୍ ପନ୍ଥା ଗ୍ରହଣ କରି ପ୍ରଶଂସା ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ୱୟ ରହି ବନ୍ଧୁତ୍ୱ ବୃଦ୍ଧି ପାଇବ । ଆର୍ଥିକ ସ୍ଥିତି ଭଲ ରହିବ । 
ଜ୍ୟେଷ୍ଠା- ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ। ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। ଭୂ-ସମ୍ପତି କିଣିବାର ଯୋଗ ରହିଛି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଧନୁ-
ମୂଳା-  ପ୍ରେମିକା , ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସ୍‌ରେ ଆପଣଙ୍କର କାମରେ ଖୁସି ହୋଇ ସହକର୍ମୀ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ ।
ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି  ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ଉ, ଷାଢା-  ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ମକର-
ଉ,ଷାଢା- କର୍ମ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ସାଙ୍ଗସାଥୀ ମାନେ ସାହାର୍ଯ୍ୟ ସହଯୋଗ କରିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ ।     
ଶ୍ରବଣା- ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ରାଜନୀତିରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ ରେ ଆଗ୍ରହ ବଢିବ । 
ଧନିଷ୍ଠା- ନିଜ ଲୋକମାନେ କହିବେ ଗୋଟିଏ କଥା ଏବଂ କାମ ବେଳକୁ ଠିକ୍ ତାହାର ଓଲଟା କରିପାରନ୍ତି। ପରିବହନରେ ଲାଭବାନ୍ ହେବେ।ଅତିଥି ସତ୍କାର କରି ଆତ୍ମସନ୍ତୋଷ ଲାଭ କରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଗୋମାତାଙ୍କୁ ସବୁଜ ଚାରା ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ

କୁମ୍ଭ
ଧନିଷ୍ଠା- ବୈବାହିକ ଜୀବନକୁ ଅଧିକ ସୁଖମୟ ବଣେଇବାର ଚେଷ୍ଟା ଆଶାରୁ ଅଧିକ ରଙ୍ଗ ଆଣିବ ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । 
ଶତଭିଷା- ରାଜନୀତିରେ ବିରେଧୀ ଦଳ ବଢିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ ।  ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।
ପୂ,  ଭାଦ୍ରପଦ- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ  ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
ପୂ,ଭାଦ୍ରପଦ- ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ । ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ । ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ।
ଉ,ଭାଦ୍ରପଦ- କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ନିଜକାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ପାଇ ମନସ୍କାମନା ପୂର୍ଣ୍ଣ ହେବ । 
ରେବତୀ- ଚଳଚ୍ଚିତ୍ର ତଥା ମନୋରଞ୍ଜନରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ। ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର- ମିଠା, ହଳଦିଆ ଚାଉଳ ପ୍ରସ୍ତୁତ କରନ୍ତୁ ଏବଂ ଏହାକୁ ଭଗବାନଙ୍କୁ ଅର୍ପଣ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।