Daily Horoscope 12th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।
ଦ୍ୱିଜା- ଆଇନ ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ସୁଷସମୃଦ୍ଧି ପ୍ରାପ୍ତ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।
କୃତିକା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ଦରକାର । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ ।
ରୋହିଣୀ- ଜାଗା, ଜମି ଗୃହଆଦି କ୍ରୟ କରିବାର ସୁଯୋଗ ଅଛି । ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବାର ସମ୍ଭାବନା ରହିଛି ।
ମୃଗଶିରା- ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମର ଅବଶ୍ୟ ଶୁଭଫଳ ପାଇବ । ସମାଜ କଲ୍ୟ।।ଣ, ଧର୍ମାନୁଷ୍ଠାନରେ, ମନ୍ଦିର ରେ ଯୋଗଦାନ କରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଆଦ୍ରା- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ
ପୁନର୍ବସୁ- ଚୋରି ହେବା ସମ୍ଭାବନା ରହିଛି । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।
ପୁଷ୍ୟା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ଅଶ୍ଳେଷା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ମଘା- ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ। ପାରିବାରିକ ଶାନ୍ତି ବୃଦ୍ଧି ପାଇବ ଏବଂ ସମସ୍ତ କାର୍ୟ୍ୟ ଶୁଭପ୍ରଦ ହେବ ।
ପୂ,ଫାଲଗୁନି- ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଉ,ଫାଲଗୁନି- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ହସ୍ତା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି । ରାଜନୀତିରେ କୈାଣସି କାର୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ ।
ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ଚିତ୍ରା- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।
ସ୍ୱାତୀ- ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ବିଶାଖା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ
ବିଛା-
ବିଶାଖା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ଅନୁରାଧା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଡୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ୟ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।
ପୂ,ଷାଢା- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।
ଉ,ଘାଢା- ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର୍ଯ୍ୟ ଅତି ଶୀଘ୍ର ପୂରଣ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର
ଉ, ଷାଢା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ ।
ଶ୍ରବଣା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।
ଧନିଷ୍ଠା- ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଧନିଷ୍ଠା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
ଶତଭିଷା- ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅତୀତ ଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।
ପୂ,ଭାଦ୍ରପଦ- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ
ମୀନ
ପୂ, ଭାଦ୍ରପଦ-ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।
ରେବତୀ- ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।