Daily Horoscope 15th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ- ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।
ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ ।
ଶାରୀରିକ ପିଡା ଅପେକ୍ଷାକୃତ କମ୍ ରହିବ ।
ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ ।
ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି ।
କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।
କୃତିକା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ ।
ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।
ଅବିବାହିତ ଯୁବକ, ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ Advertisment ବୃଷ- କୃତିକା- ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ ।
ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।
ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ।
ରୋହିଣୀ- ଛାତ୍ରଛାତ୍ରୀମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ ।
ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ମାନ ସମ୍ମାନ ପାଇବେ ।
ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।
ମୃଗଶିରା- ଶତୃମାନେ ମିତ୍ରପରି ବ୍ୟବହାର କରିବେ ।
ମହିଳାମାନେ ଆଧ୍ୟାତ୍ମିକ ଦିଗରେ ମନ ଦେବେ ।
ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ ମିଥୁନ- ମୃଗଶିରା- ବ୍ୟବସାୟରେ ଅଂଶୀଦାରମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି ।
ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ।
ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ ।
ଆଦ୍ରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ ।
କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।
ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।
ପୁନର୍ବସୁ- ପୁରୁଣା ଗାଡି ବିକିବାରେ ମନ ବଳାଇବେ ।
ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ ।
ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ Advertisment କର୍କଟ- ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇପାରେ ।
ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ ।
ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।
ପୁଷ୍ୟା- ସନ୍ତାନମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ ।
ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ ।
କର୍ମଚାରୀମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ।
ଅଶ୍ଲେଷା- ଉଚ୍ଚ କର୍ମକର୍ତ୍ତାମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ ।
ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ ।
ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ ସିଂହ- ମଘା- କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନ ଖୁସୀ ହୋଇଯିବ ।
ଭଲ ସମ୍ପର୍କ ନ ଥିବା ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି ।
ତରବରିଆ ଯାତ୍ରାରୁ ବିରତ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ ।
ପୂ,ଫାଲଗୁନି- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ ।
ଜାଗା, ଜମି, ବାହନ ଆଦି କ୍ରୟ କରିବେ ।
ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ଭାବନା ରହିଛି ।
ଉ,ଫାଲଗୁନି- ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ ।
ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି ।
ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ କନ୍ୟା- ଉ,ଫଳଗୁନି- ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ ।
ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ ।
ଉତ୍ତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ।
ହସ୍ତା- ନୂତନ ବ୍ୟବସାୟ ଆରମ୍ଭ କରିି, ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ ।
ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବେ ।
ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।
ଚିତ୍ରା- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ ।
ମାଲିମକନ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।
ମହିଳାମାନଙ୍କର ସଂଗୀତ କ୍ଷେତ୍ରରେ ରୁଚି ରହିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ ତୁଳା- ଚିତ୍ରା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ ।
ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ ।
ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।
ସ୍ୱାତୀ- ଆନୁଷ୍ଠାନିକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ ।
ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି ।
ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି ।
ବିଶାଖା- ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି ।
ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ ।
ବାଣିଜ୍ୟ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ ବିଛା- ବିଶାଖା- ଶ୍ୱାସ ଓ ହୃଦ ରୋଗୀମାନେ ବିଶେଷ ସତର୍କତା ରହିବା ଦରକାର୍ ।
ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ ।
ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତ୍ତନ କରିବାର ଇଚ୍ଛା ହେବ।
ଅନୁରାଧା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ ।
ବିଜ୍ଞାନ ଛାତ୍ରୀ ସଫଳତା ପାଇବେ ।
ରାଜନୀତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ ।
ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ ଜ୍ୟେଷ୍ଠା- ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି ।
ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ମହିଳାମାନେ ଟିକେ ମାନସିକ ଚାପରେ ରହିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ ଧନୁ- ମୂଳା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ ।
ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ ।
ପ୍ରେମିକ ପ୍ରେମିକାମାନେ ନିଜ ଜିବନ ସାଥୀକୁ ନେଇ ଭବିଷ୍ୟତର ସ୍ୱପ୍ନ ଦେଖିବେ ।
ପୂ,ଷାଢା- ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ ।
ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ଉ,ଷାଢା- ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ ।
ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ ।
ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ମକର- ଉ,ଷାଢା- ହଠାତ୍ କୈାଣସି ରୋଗ ଦେଖା ଦେଇପାରେ ।
ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।
ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ।
ଶ୍ରବଣା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ ।
ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ ।
ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ।
ଧନିଷ୍ଠା- ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ ।
ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ ।
ମହିଳାମାନେ ଗୃହୋପକରଣ କ୍ରୟ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ କୁମ୍ଭ- ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ ।
ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ ।
ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ।
ଶତଭିଷା-ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ ।
ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି ।
ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ।
ପୂ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ ।
ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ ମୀନ- ପୂ,ଭାଦ୍ରପଦ- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ ।
ପରିବାରରେ ହସଖୁସିର ବାତାବରଣ ଖେଳିଯିବ ।
ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ।
ଉ,ଭାଦ୍ରପଦ- ପ୍ରେମିକ, ପ୍ରେମିକାମାନଙ୍କ ପାଇଁ ସୁଖକର ହେବ ।
ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।
ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।
ରେବତୀ- ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି ।
ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।
ମହିଳାମାନେ ସହନଶୀଳତା ଦେଖାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମ ପାଠ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
