Daily Horoscope 16th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ଦ୍ୱିଜା- ରାଜନୀତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । କାମଗୁଡିକ ସୁରୁଖୁରୁରେ ହେଇଯିବ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ
କୃତିକା- ଚାକିରୀ କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି । ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ବୃଷ
କୃତିକା- ସ୍ୱାସ୍ଥ୍ୟ ଭଲ ରହିବା ସହିତ ସବୁ କାର୍ଯ୍ୟ କରି ପାରିବେ । ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ପ୍ରେମ ସମ୍ପର୍କ ମଧୁର ରହିବ ।
ରୋହିଣୀ – ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ମୃଗଶିରା – ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- କାର୍ଯ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ଆଦ୍ରା- ବୈବାହିକ ଜୀବନରେ ମଧୁରତା ଆସିପାରେ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରି ମାନ ଉଚ୍ଚଭିଳାଷୀ ହେବେ ।
ପୁନର୍ବସୁ- ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ
ପୁନର୍ବସୁ - ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।
ପୁଷ୍ୟା – ଚାକିରୀରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।
ଅଶ୍ଳେଷା - ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ମଘା- ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇ ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ପୂ,ଫାଲଗୁନି- ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ ।ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ଉ,ଫାଲଗୁନି- ଅଦାଲତରୁ ଶୁଭଫଳ ପାଇବେ । ମହିଳା ମାନେ ବନ୍ଧୁଙ୍କ ସାମନାରେ ମନକଥା ଖୋଲିକି କହିବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କର ପୂଜା କରନ୍ତୁ
କନ୍ୟା
ଉ , ଫାଲଗୁନୀ – ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ ।
ହସ୍ତା – ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି ।
ଚିତ୍ରା – ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପାରାୟଣ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।
ସ୍ୱାତୀ- ପ୍ରେମ ସମ୍ପର୍କ ମଜବୁତ ରହିବ । ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛକ୍ଷତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ବିଶାଖା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା
ବିଶାଖା – ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।
ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ ।
ଜ୍ୟେଷ୍ଠା – ସାମାଜିକ ସ୍ତରରେ ଗଠନମୂଳକ କାର୍ୟ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଧନୁ-
ମୂଳା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ନୂତନ ଲୁଗା ବ୍ୟବସାୟ ପାଇଁ ଯୋଜନା କରବେ । କର୍ମକ୍ଷେତ୍ରରେ ସବୁ କାର୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ ।
ପୂ,ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
ଉ,ଷାଢା- ପରିବାର ମାମଲା ଘରେ ହିଁ ସମାଧାନ ହୋଇଯିବ । ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ମକର
ଉ , ଷାଢା - ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।
ଶ୍ରବଣା – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ୟ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।
ଧନିଷ୍ଠା – କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।
ଶତଭିଷା- ଚାକିରିରେ ପ୍ରାଧ୍ୟନତା ମିଳିବ । ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।
ପୂ,ଭାଦ୍ରପଦ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ
ପୂ , ଭାଦ୍ରପଦ - ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ଉ , ଭଦ୍ରପଦ - ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।
ରେବତୀ – ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।