Daily Horoscope 16th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ- ଅଶ୍ୱନୀ- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ ।
ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ ।
ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ।
ଦ୍ୱିଜା- ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ।
ରାଜନୈତିକ କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ।
ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ ।
କୃତିକା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି ।
ଶିକ୍ଷାର୍ଥୀମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ ।
ରାଜନୈତିକ ନେତାମାନେ ଶାନ୍ତିକାମୀ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ Advertisment ବୃଷ- କୃତିକା - କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ ।
କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ ।
ରୋହିଣୀ – ପଢାପଢିରେ ଶୁଭଫଳ ମିଳିବ ।
କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।
ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।
ମୃଗଶିରା – ମହିଳାମାନେ ଖାଦ୍ୟ ପ୍ରିୟ ରହିବେ ।
ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ ।
ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।
ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ ମିଥୁନ- ମୃଗଶିରା- ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
କର୍ମ କ୍ଷେତ୍ରରେ ମାପି ଚୁପି ଚଳି ବା ଭଲ ନହେଲେ କଳହ ଲାଗିପାରେ ।
ଗଣ୍ଡଗୋଳ ପରିସ୍ଥିତିରେ ମଧ୍ୟସ୍ଥି ହୁଅନ୍ତୁ ନାହିଁ।ଆଦ୍ରା- ବେପାରରେ ବକେୟା ଅର୍ଥ ପାଇବେ ।
ସୁନା ଅଳଙ୍କାର କିଣିବା ଲାଗି ଭାବିବେ ।
ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ ।
ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ।
ପୁନର୍ବସୁ- ବିଦ୍ୟାର୍ଥୀମାନେ ଗୁରୁଜନମାନଙ୍କ ଆଜ୍ଞା ପାଳନ କରିବେ ।
ମହିଳାମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ Advertisment କର୍କଟ- ପୁନର୍ବସୁ – ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ ।
ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।
ପାରିବାରିକ ଜୀବନ ଶାନ୍ତିମୟ ହେବ।
ପୁଷ୍ୟା – ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ ।
କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି ।
ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ ।
ଅଶ୍ଳେଷା - ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ ।
ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ସିଂହ- ମଘା- ପରିବାରରେ ସୁଖଶାନ୍ତି ଫେରିଆସିବ ।
ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ ।
ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ।
ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ପୂ,ଫାଲଗୁନି- ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ଲାଭପ୍ରଦ ରହିବ ।
ରାଜନୀତିରେ ବରିଷ୍ଠ ବ୍ୟକ୍ତିଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ ।
ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ ।
ଉ,ଫାଲଗୁନି- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି।
କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ।
ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ କନ୍ୟା- ଉ , ଫାଲଗୁନୀ – ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ ।
ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ ।
ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।
ହସ୍ତା – କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ ।
ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ ।
ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ ।
ଆପଣ କୈାଣସି ବିଷୟରେ ବଡ ନିଷ୍ପତ୍ତି ନେଇପାରନ୍ତି।
ଚିତ୍ରା – ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ ।
ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ ।
ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ ତୁଳା- ଚିତ୍ରା- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ ।
ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।
ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ।
ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ ।
ଶିକ୍ଷାତ୍ରୀମାନେ କିଛି ପରିମାଣରେ ଶୁଭଫଳ ପାଇବେ।
ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ ।
ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।
ବିଶାଖା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।
ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।
ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ବିଛା- ବିଶାଖା – ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ ।
ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ ।
ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।
ଅନୁରାଧା – ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ ।
ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ ।
କୈାଣସି ଜରୁରୀ ଯୋଜନା ସଫଳ ହେବ ।
ଜ୍ୟେଷ୍ଠା – କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ ।
ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ।
ଜମିରେ ନିବେଶ କରନ୍ତୁ ଲାଭ ମିଳିବ ।
ଦୈନିକ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ ଧନୁ- ମୂଳା- କାମରେ ହଠାତ କୈଣସି ଯୋଜନାରେ ପରିବର୍ତ୍ତନ କରିପାରନ୍ତି ।
କର୍ମକ୍ଷେତ୍ରରେ ସବୁ କାର୍ଯ୍ୟକୁ ନିଜ ହାତକୁ ନେଇ ଶେଷ କରିବେ।
ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ରହିଛି ।
ପୂ,ଷାଢା- ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।
ବାଣିଜ୍ୟ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।
ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।
ଉ,ଷାଢା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ ।
ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟହାନି ଯୋଗୁ ମନ ଉଦାସ ରହିବେ ।
ସ୍ଥଗିତ କାମକୁ ପୁରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ ମକର- ଉ , ଷାଢା - ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ ।
ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ ।
ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ ।
ଶ୍ରବଣା – ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ ।
ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ ।
ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।
ଧନିଷ୍ଠା – ଜମି କ୍ରୟ କରି ଖୁସି ରହିବେ ।
କୈାଣସି କଥାକୁ ନେଇ ଭାବୁକ ରହିବେ ।
ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ ।
ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ କୁମ୍ଭ- ଧନିଷ୍ଠା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।
ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।
ନେତ୍ରପିଡା ଅନୁଭବ କରି ପାରନ୍ତି ।
ଶତଭିଷା- ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ ।
ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ ।
ଯାତ୍ରା ସମୟରେ ଦୁର୍ଘଟଣା ଗସ୍ତ ହୋଇପାରନ୍ତି।
ପୂ,ଭାଦ୍ରପଦ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।
ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ ମୀନ- ପୂ , ଭାଦ୍ରପଦ - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।
ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ ।
ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।
ଉ , ଭଦ୍ରପଦ - ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ବିଦ୍ୟାର୍ଥୀମାନେ ନାନା ସମସ୍ୟାରେ ଆଗେଇବେ ।
ପ୍ରେମିକା, ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ ।
ରେବତୀ – କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ ।
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
