Daily Horoscope 17th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Nov 17, 2026 - 08:04
Daily Horoscope 17th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ- ଅଶ୍ୱନୀ – କାର୍ଯ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ।

ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ।

ଧର୍ମ ମନୋଭାବ ଦ୍ୱାରା ପରିଜନମାନଙ୍କଠାରେ ପ୍ରିୟଭାଜନ ହେବେ।

ଦ୍ୱିଜା – ଲେଖାପଢାରେ ଧନ ଅର୍ଜନ କରିବେ ।

ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ ।

ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ କଳ୍ପନାର ମଧୁର ସାଗରରେ ପହଁରି ପାରନ୍ତି ।

କୃତିକା – ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ ।

ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ Advertisment ବୃଷ- କୃତିକା- ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।

ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିସ୍କାର ହୋଇଯିବ ।

ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

ରୋହିଣୀ- ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ ।

ଉଚ୍ଚ କର୍ମ କର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ ।

ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଜିବ ନାହିଁ ।

ମୃଗଶିରା- ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।

ଯାନବାହାନର ନବୀକରଣ ପାଇଁ ଚିନ୍ତା କରି ପାରନ୍ତି ।

ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ ମିଥୁନ- ମୃଗଶିରା - ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି ।

ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ ।

ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।

ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ଆଦ୍ରା – ଶିକ୍ଷା ଦୃଷ୍ଟିରୁ ପିଲାମାନଙ୍କୁ ବହୁତ ଭଲ ଫଳ ମିଳିବ।

ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।

କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ ।

ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।

ପୁନର୍ବସୁ - ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ ।

ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।

କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ Advertisment କର୍କଟ- ପୁନର୍ବସୁ- ସ୍ୱାସ୍ଥ୍ୟ ଭଲରହିବା ସହ ଆର୍ଥିକ ସ୍ଥିତି ସୁଦୃଢ ହେବ ।

ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ ।

କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ।

ପୁଷ୍ୟା- ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ ।

ବିଦ୍ୟାରେ ଯଥେଷ୍ଟ ଉନ୍ନତ ଫଳ ପ୍ରାପ୍ତି ହେବ ।

ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ।

ଅଶ୍ଲେଷା- ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

କ୍ରୋଧକୁ ଦମନ କରି ହସ ଖୁସିର ବାତାବରଣ ସୃଷ୍ଟି କରନ୍ତୁ ।

ଅର୍ଥସଙ୍କଟ ଲାଗି ରହିବାରୁ ସାମାନ୍ୟ ବିଚଳିତ ଅନୁଭବ କରିପାରନ୍ତି।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ ସିଂହ- ମଘା – ପରିବାରରେ ସୁଖଶାନ୍ତି ଫେରିଆସିବ ।

ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ ।

ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ।

ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।

ପୂ , ଫାଲଗୁନୀ - କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ ।

ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।

ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ ।

ଉ, ଫାଲଗୁନୀ – ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ ।

ମହିଳାମାନେ ପାରିବରିକ ସମସ୍ୟା ଭୋଗିବେ ।

ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ମାଙ୍କଡକୁ କିଛି ଫଳ ଖାଇବାକୁ ଦିଅନ୍ତୁ କନ୍ୟା- ଉ,ଫଳଗୁନି- ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଶତୃ ମାନେ ପରାଜିତ ହେବେ ।

ଘରୋଇ ବ୍ୟବସାୟରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ ।

ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ ।

ହସ୍ତା- ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ ।

ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ ।

ନୂତନ କାର୍ଯ୍ୟ ଆରମ୍ଭ କଲେ କ୍ଷତିରେ ପଡିବେ ।

ଚିତ୍ରା- ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ।

ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ ।

ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର- ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ତୁଳା - ଚିତ୍ରା – ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ ।

ପ୍ରେମିକ ପ୍ରେମିକାମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।

ଦୁର୍ଘଟଣା ଗସ୍ତ ହୋଇପାରନ୍ତି ।

କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।

ସ୍ୱାତୀ – ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ ।

ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ ।

ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ।

ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ ।

ବିଶାଖା – ଚୋରି ହେବା ସମ୍ଭାବନା ରହିଛି ।

ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ ।

ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ ।

ମଧୁର ବ୍ୟବହାର ପାଇଁ ଅନ୍ୟମାନଙ୍କୁ ଆକର୍ଷଣ କରି ପାରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ବିଛା- ବିଶାଖା- ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହିବ ନାହିଁ ।

ଆକସ୍ମିକ ଭାବେ ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ ।

ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛିମାତ୍ରାରେ ସାହାଯ୍ୟ କରିପାରେ।

ଅନୁରାଧା- ରାଜନୀତିରେ ସ୍ୱାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ ।

ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥ ହେବେ।

ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି କାମ ହାସଲ କରିବେ।

ଜ୍ୟେଷ୍ଠା- ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମକୁ ଦେଖି ମାନସିକ ଆଘାତ ପାଇପାରନ୍ତି ।

ସମସ୍ୟାର ସରଳ ସମାଧାନ ସାଙ୍ଗକୁ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ ।

ବିବାଦୀୟ ଘଟଣାରେ ବିଜୟୀ ହେଲେ ମଧ୍ୟ ସଂଘର୍ଷପୂର୍ଣ୍ଣ ସ୍ଥିତି ବଳବତ୍ତର ରହିବ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର- ଶ୍ରୀ ହନୁମାନ ଚଲିସା ପାଠ କରନ୍ତୁ ଧନୁ- ମୂଳା – ଦାମ୍ପତ୍ୟ କଳହର ଅବସାନ ଘଟିବ ।

ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ ।

ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି ।

ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ପୂ , ଷାଢା – ରାଜନୀତିରେ ଅଗ୍ରଣୀ ଭୂମିକା ନେବେ ।

ଛାତ୍ର ଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ।

ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।

ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ ।

ଉ , ଷାଢା – ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ ।

ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।

ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ ମକର- ଉ,ଷାଢା- ପରିବାର ଲୋକ ଆପଣଙ୍କ ସକରାତ୍ମକ ଭାବନାଠୁ ପ୍ରଭାବିତ ହେବେ ଓ ପ୍ରଶଂସା କରିବେ ।

ଆପଣ ଆପଣଙ୍କ ପ୍ରେମୀଙ୍କୁ ଦେଇଥିବା କୌଣସି ବଚନ ରଖିପାରିବେନି ଯେଉଁଥିପାଇଁ ସେ ନାରାଜ ହୋଇ ପାରନ୍ତି ।

ଶ୍ରବଣା- ବ୍ୟବସାୟରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକି ଟଙ୍କା ମିଳିଯିବ ।

ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ ।

ରାଜନୀତି କ୍ଷେତ୍ରରେ ହଠାତ୍ କାହାର ଡାକରା ପାଇ ଦୂର ଯାତ୍ରା କରିବାକୁ ବାଧ୍ୟ ହେବେ ।

ଧନିଷ୍ଠା- ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ।

ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର- ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ କୁମ୍ଭ- ଧନିଷ୍ଠା – ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ ।

ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ ।

ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।

ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।

ଶତଭିଷା – କର୍ମ କ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ ।

ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ ।

ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।

ପୂ , ଭାଦ୍ରପଦ – ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି ।

ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ମହିଳାମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ ମୀନ- ପୂ,ଭାଦ୍ରପଦ- ଆପଣଙ୍କୁ ସେମିତି ବନ୍ଧୁ ମାନଙ୍କ ଠାରୁ ଦୂରରେ ରହିବା ଉଚିତ ଯେଉଁମାନେ ଋଣ ନିଅନ୍ତି କିନ୍ତୁ ଫେରାନ୍ତି ନାହିଁ ।

ନିଜର ପିଲାଙ୍କ ପାଇଁ କିଛି ବିଶେଷ ଯୋଜନା କରନ୍ତୁ ।

ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।

ଉ,ଭାଦ୍ରପଦ- ଉଧାର ଦେଇଥିବା ଟଙ୍କା ମିଳିବ ।

ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ ।

ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ।

ରେବତୀ- ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବେ, ଜୀବନରେ କିଛି କୌତୁହଳଜନକ କରିବାକୁ ଚେଷ୍ଟା କରିବେ ।

ଜୀବନରେ ସମ୍ବନ୍ଧ ଏବଂ ସମ୍ପର୍କୀୟଙ୍କ ମୂଲ୍ୟ ବୁଝିବାକୁ ଚେଷ୍ଟା କରନ୍ତୁ ।

ମାଲିମକଦ୍ଦମାରେ ନିଜ ପକ୍ଷ ସବଳ ହେବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର- କଦଳି ଗଛ ମୂଳେ ଜଳ ଢାଳନ୍ତୁ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)