Daily Horoscope 18th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jul 18, 2026 - 09:34
Daily Horoscope 18th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-        
ଅଶ୍ୱନୀ- ମାନସିକ ସ୍ତରରେ ଉନ୍ନତି ଆସିବ । କାର‌୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।  
ଦ୍ୱିଜା- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ସବୁ କିଛି  ଭୁଲି ଅନ୍ୟମାନଙ୍କୁ ଆପଣେଇନେବେ। କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।
କୃତିକା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ସଭାସମିତି, ବନ୍ଧୁ ସମ୍ପର୍କ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ

ବୃଷ
କୃତିକା  - ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ ।  ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ ।
ରୋହିଣୀ – କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାର‌୍ୟ୍ୟ କରିବେ ।  ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍‌ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । 
ମୃଗଶିରା –ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ମୃଗଶିରା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହି ନ ପାରେ। ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ ।
ଆଦ୍ରା- ଅର୍ଥ ସମ୍ପର୍କ ଓ ଜମିବାଡ଼ିକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ । ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।  ପ୍ରତିଯୋଗିତା, ବ୍ୟବସାୟ ବାଣିଜ୍ୟ, ମକଦ୍ଦମା ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ ।
ପୁନର୍ବସୁ- ରାଜନୀତି କ୍ଷେତ୍ରରେ ମତାନ୍ତରର ସମ୍ଭାବନା ରହିଛି । ବିଦ୍ୟାର୍ଥୀ ମାନେ  ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

କର୍କଟ
ପୁନର୍ବସୁ -  ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ।  ଅନ୍ୟମାନଙ୍କର କଥା ଓ କାର୍ଯ୍ୟ କଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପୁଷ୍ୟା –  ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଅଶ୍ଳେଷା -  ଆମଦାନି ବଢଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ମଘା- ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ । ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ
ପୂ- ଫାଲ୍‌ଗୁନୀ- ରାଜନୈତିକ ସାହର୍ଯ୍ୟ ସହଯୋଗ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର‌୍ୟ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ମାମଲା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଅସ୍ଥିର ରହିବ।
ଉ- ଫାଲ୍‌ଗୁନୀ- ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ 

କନ୍ୟା
ଉ , ଫାଲଗୁନୀ –  ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ ।  ସ୍ଥଗିତ କାମ ବନ୍ଧୁ ସାହାର‌୍ୟ୍ୟରେ ପୁରା କରିବେ  ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । 
ହସ୍ତା – ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକୁ ପରିବର୍ତନ କରିପାରନ୍ତି ।
ଚିତ୍ରା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  

ତୁଳା-
ଚିତ୍ରା- ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ଫଳ ପ୍ରାପ୍ତି ହୋଇପାରେ ।
ସ୍ୱାତୀ-  କୌଣସି ଜିନିଷଟି ପାଇଁ ସହକର୍ମୀଙ୍କ ମଧ୍ୟରେ ତର୍କ ଓ ବିବାଦ ବଢ଼ିପାରେ। ଶତ୍ରୁମାନେ ମିତ୍ରଭାବ ପୋଷଣ କରିବାର ଅନୁଭବ କରିବେ। ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ ।
ବିଶାଖା- ପରିବାରର ଗୁରୁଜନମାନେ ଆପଣଙ୍କ ଆଚରଣରେ ଅତ୍ୟନ୍ତ ସନ୍ତୁଷ୍ଟ ହେବେ ।  ମାଲିମକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ସଫଳତା ପାଇବେ 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ବିଛା
ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ,  ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।  
ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ ।
ଜ୍ୟେଷ୍ଠା  – ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ ।  ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ମୂଳା- ଆକସ୍ମିକଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।   
ପୂ, ଷାଢା- ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କଳା, ସାହିତ୍ୟ, ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ
ଉ,  ଷାଢା- କୌଣସି ଅସୁବିଧା ନ ଥିଲେ ମଧ୍ୟ ଅତୀତ ଘଟଣାକୁ ନେଇ ମନ ଦୁଃଖରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା, ପାରିବାରିକ ମତାନ୍ତର, ମନରେ ଭାବାନ୍ତର ସୃଷ୍ଟି କରିବ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ମକର
ଉ , ଷାଢା -  ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।  ନିଜର ଦୋଷ ତୃଟି ସ୍ୱକାର କରିବେ ।
ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର୍ଯ୍ୟାଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ ।  ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ
ଧନିଷ୍ଠା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାର୍ଯ୍ୟ ହାସଲ ପୂର୍ବକ ଉପକୃତ ହେବେ।
ଶତଭିଷା- ରାଜନୈତିକ ସ୍ତରରେ ହଠାତ୍ ବିରାଧୀ ପକ୍ଷ ସକ୍ରିୟ ହୋଇପାରନ୍ତି । ଆବଶ୍ୟକତାନୁଯାୟୀ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି ।
ପୂ,  ଭାଦ୍ରପଦ- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନ ସମାଜରେ ଆଦୃତି ଲାଭ ସକାଶେ ଅନୁକୂଳତା ଅନୁଭବ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 

ମୀନ
ପୂ , ଭାଦ୍ରପଦ - ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ଉ , ଭଦ୍ରପଦ -  ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।
ରେବତୀ –  ଅଫିସରେ କୈାଣସି ମହତ୍ୱ ପୂର୍ଣ୍ଣ କାର୍ଯ୍ୟ ମିଳିବ ।  ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।