Daily Horoscope 18th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Nov 18, 2026 - 08:45
Daily Horoscope 18th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ - ଅଶ୍ୱନୀ- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ ।

ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ ।

ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ଦ୍ୱିଜା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ ।

ସାମାଜିକ କାର୍ଯ୍ୟରେ ସଫଳତା ପାଇବେ ।

ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ ।

କୃତିକା- କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ ।

କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।

ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ Advertisment ବୃଷ- କୃତିକା- କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ।

ଯାତ୍ରା ସମୟରେ ସହଯାତ୍ରୀଙ୍କ କାର୍ଯ୍ୟକଳାପରୁ ବାଧାବିଘ୍ନ ଘଟିପାରେ ।

ବ୍ୟବସାୟରେ ମନର ବଳ ଖୁବ୍ ଟାଣ ରହିବ।

ରୋହିଣୀ- ପାରିବାରିକ ସ୍ତରରେ ରାଗ, ରୁଷା ଓ ଅଭିମାନଭରା ପରିବେଶ ସୃଷ୍ଟି ହୋଇପାରେ ।

ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ ।

ମୃଗଶିରା- ରାଜନୀତିରେ କୈାଣସି କାମକୁ ହାତକୁ ନେବେ ।

ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।

ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଶ୍ଚିନ୍ତା ବଢିପାରେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର- ଶ୍ରୀ ପର୍ଶୁରାମଙ୍କର ପୂଜା କରନ୍ତୁ ମିଥୁନ- ମୃଗଶିରା- ନିଜର ଉଦାରତା ଓ ସହନଶୀଳତା ଗୁଣରୁ ସମସ୍ତଙ୍କର ଆଦରଣୀୟ ହେବେ ।

ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ ।

କର୍ମ କ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ ।

ଆଦ୍ରା- ପ୍ରସାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ ।

ପର କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ଶିକ୍ଷାର୍ଥୀମାନେ ସଫଳତା ଦିଗକୁ ଗତି କରିବେ ।

ପୁନର୍ବସୁ- କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।

ମହିଳା ମାନେ କାର୍ଯ୍ୟ ରେ ବ୍ୟସ୍ତ ରହିବେ ।

ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ Advertisment କର୍କଟ- ପୁନର୍ବସୁ- ପରିବାରରେ ସମସ୍ୟା ଜନିତ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି।

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇଲେ ମଧ୍ୟ ମନରେ ଶାନ୍ତି ଆସିବ ନାହିଁ ।

ପୁଷ୍ୟା- ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ ।

ରାଜନୀତିରେ ଲୋକ ସଂପର୍କ ବଢିବ ।

କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ପାଇବେ ।

ଅଶ୍ଳେଷା- ଅର୍ଥର ଆବଶ୍ୟକତା ପୂରଣ କରିବା ସକାଶେ ଜମିଜମା,ପୁରାତନ ଗୃହ, ଯାନ୍ତ୍ରିକ ଜିନିଷ, ଯାନବାହନ ପ୍ରଭୃତି ବିକ୍ରି କରିପାରନ୍ତି ।

ମହିଳାମାନେ ଚିନ୍ତିତ ହେବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର- ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ସିଂହ- ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ନୂଆ କାର‌୍ୟ୍ୟ ପାଇଁ ପ୍ଲାନିଂ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ପୂ,ଫାଲଗୁନି- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ ।

ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ ।

ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ ।

ଉ,ଫାଲଗୁନି- ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ ।

ଅନେକ ଦିନରୁ ଧାର‌୍ୟ୍ୟ କରିଥିବା ଲକ୍ଷ ପୂରଣ କରିବେ ।

ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ କନ୍ୟା- ଉ-ଫାଲ୍ଗୁନୀ- ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବାକୁ ପଡ଼ିବ ।

କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ।

ପରିବାର ସଦସ୍ୟଙ୍କ କାର‌୍ୟ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ।

ହସ୍ତା- ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଶ୍ଚିନ୍ତାର କାରଣ ହୋଇପାରେ ।

ବିଦ୍ୟାର୍ଥୀ ମାନଙ୍କର ପାଠ ପଢା ପ୍ରତି ଆଗ୍ରହ ସୃଷ୍ଠି ହେବ ।

ଚିତ୍ରା- ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିବେ ।

କୋର୍ଟରେ ଚାଲିଥିବା ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ ।

ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର- ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ ତୁଳା- ଚିତ୍ରା- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସାଙ୍ଗକୁ ଅର୍ଥଲାଭ ହୋଇପାରେ ।

କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ ।

ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ ।

ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।

ସ୍ୱାତୀ- ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସି୍ଥରତା ସୃଷ୍ଟି କରିବ ।

ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି ।

ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।

ବିଶାଖା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ ।

କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ ।

ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ବିଛା- ବିଶାଖା- କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ ଅତ୍ୟଧିକ କାର‌୍ୟ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍ ରହି ନ ପାରେ ।

ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ ।

ଅନୁରାଧା- ଅର୍ଥନୈତିକ ପ୍ରଗତି ଜୀବନଯାତ୍ରାକୁ ସୁଖମୟ କରିବ। ।

ରାଜନୀତିରେ ପଦୋନ୍ନତି ବୃଦ୍ଧି ଆଶା କରୁଥିବା ବ୍ୟକ୍ତିମାନେ କିଛି ଭଲ ଖବର ପାଇପାରିବେ ।

ଜ୍ୟୋଷ୍ଠା- ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ ।

ଋଣ ପରିଶୋଧ କରିବା ସହିତ ଋଣ ପ୍ରାପ୍ତିର ସୁଯୋଗ ମଧ୍ୟ ପାଇବେ ମହିଳାମାନେ କଠିନ ପରିଶ୍ରମ କରିବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର- ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ ଧ ନୁ- ମୂଳା-ପାରିବାରିକ ଜୀବନ ସୁଖରେ କଟିବା ସହିତ ବିଳାସବ୍ୟସନ ପ୍ରତି ରୁଚି ବଳିବ ।

ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ ।

ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି।

ପୂ,ଷାଢା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ ।

ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ ।

ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ ।

ଉ,ଷାଢା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ ।

ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ ।

ମହିଳା ମାନେ ଅନ୍ୟକୁ ସାହା କରିବେ ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ ମକର- ଉ, ଷାଢା- ଭୁଲ୍ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଘଟିବାର ଆଶଙ୍କା ରହିଛି ।

ଅନେକାଂଶରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ ।

ଶ୍ରବଣା- ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି ।

ଅଫିସରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ।

କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ ।

ଧନିଷ୍ଠା- ଯାନବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ ।

ମହିଳା ମାନେ ବହୁତ କଷ୍ଟ କରି ନିଜର ସ୍ୱପ୍ନ ପୂରଣ କରିବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର- କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ କୁମ୍ଭ- ଧନିଷ୍ଠା- ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ ।

ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ ।

ଶତଭିଷା- ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।

ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ ।

ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।

ପୂ,ଭାଦ୍ରପଦ- ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ ।

ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ ।

ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ ମୀନ- ପୂ, ଭାଦ୍ରପଦ- ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।

ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ ।

ପରିବାର ସହ ଖୁସିରେ ସମୟ ଅତିବାହିତ କରିବେ ।

ଉ, ଭାଦ୍ରପଦ- କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ।

ପରକଥାରେ ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି।

ନୂତନ କାର୍ଯ୍ୟରେ ନିଯୁକ୍ତି ପାଇବେ ।

ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ ।

ରେବତୀ- ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟା କଲେ ଉପକୃତ ହେବେ।

ନିଜର କ୍ଷମତାର ଅପବ୍ୟବହାରଜନିତ ବିରକ୍ତିକର କଥା କହି ଅପଦସ୍ଥ ହେବେ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର- ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)