Daily Horoscope 19th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ- ଅଶ୍ୱନୀ- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ ।
ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି ।
କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ ।
ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।
ଦ୍ୱିଜା-- ପ୍ରେମିକ ପ୍ରେମିକାମାନେ ବିଶ୍ୱାସ ଭାଜନ ହେବେ।
ସନ୍ଧ୍ୟା ସୁଧା ଭଲ ଖବର ପାଇବେ ।
ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ ।
କୃତିକା- ନୂତନ ଜିନିଷ କ୍ରୟ କରିପାରନ୍ତି ।
ଗାଡି, ମୋଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।
ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ Advertisment ବୃଷ- କୃତିକା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।
ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ ।
ପ୍ରେମ ଜୀବନ ଭଲ ରହିବ ରୋହିଣୀ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ ।
ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ ।
ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ।
ମୃଗଶିରା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ।
ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ମିଥୁନ- ମୃଗଶିରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ ।
ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।
ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ ।
ଆଦ୍ରା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ ।
ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।
ପୁନର୍ବସୁ- ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ ।
ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ ।
ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ Advertisment କର୍କଟ- ପୁନର୍ବସୁ- ବନ୍ଧୁ ଓ ପରିବାର ମଧ୍ୟରେ ହସ ଖୁସିରେ ସମୟ ଅତିବାହିତ କରିବେ ।
ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ ।
କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ ।
ପୁଷ୍ୟା- ପରୋକ୍ଷ ଶତୃତା ଲାଗି ରହି ପାରନ୍ତି ସେଥିପ୍ରତି ସତର୍କ ରୁହନ୍ତୁ।
ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ।
ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ଅଶ୍ଲେଷା- ପୁରୁଣା ଗାଡି ବିକିବାରେ ମନ ବଳାଇବେ ।
ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ସିଂହ- ମଘା- ଦେହ ଖରାପରୁ ଉପଶମ ମିଳିବ ।
ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ ।
କାମଧନ୍ଦାରେ ଉନ୍ନତି ହେବ ।
ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।
ପୂ,ଫାଲଗୁନି- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ ।
ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡିପାରେ ।
ଉ,ଫାଲଗୁନି- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ ।
ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ ।
ଜମି ସମସ୍ୟା ସମାଧାନ ହେବ ।
ଆପଣ ନିଜ କାମରେ ସଫଳତା ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ କନ୍ୟା- ଉ,ଫଳଗୁନି- କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।
ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ ।
ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ହସ୍ତା- ରାଜନୀତିରେ ଯଥେଷ୍ଟ ଲାଭ ପାଇବେ ।
ଛାତ୍ରୀଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ ।
ସାମ୍ବାଦିକମାନେ ଲକ୍ଷ ଦିଗରେ ଆଗେଇବେ ଚିତ୍ରା- ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ ।
କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭ୍ରାନ୍ତ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ ତୁଳା- ଚିତ୍ରା- ସାଂସାରିକ ସ୍ୱାଧିନତା ରହିବ ।
ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି ।
ବାଣିଜ୍ୟରେ ମନ୍ଥରତା ରହିବ ।
ପଦ ମର୍ଯ୍ୟଦା ବୃଦ୍ଧି ପାଇବ ।
ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ ।
ସ୍ୱାତୀ- ନୂଆ ଯାନବାହନ କିଣିବାର ଆଶା ପୂରଣ ହୋଇପାରେ ।
ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ ।
ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ ।
ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।
ବିଶାଖା- ଅଭାବି ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବେ ।
ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି ।
କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ ।
ଆପଣଙ୍କ ଆୟ ପୂର୍ବ ପରି ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ ବିଛା- ବିଶାଖା- ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ ।
କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ ।
ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି ।
ଅନୁରାଧା- ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ମହିଳାମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ।
ଜ୍ୟେଷ୍ଠା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।
ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ ।
ମହିଳା ମାନେ ସୁସ୍ୱାଦ ଭୋଜନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ ଧନୁ- ମୂଳା-ପରିକ୍ଷାରେ କୃତକାର୍ଯ୍ୟ ହେବେ ।
ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ ।
ଅନ୍ୟମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ ।
କର୍ମ କ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ ।
ପୂ,ଷାଢା- ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ ।
କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ ।
କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ ।
ଉ,ଷାଢା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ ।
ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ ।
ବୁଝି ବିଚାରି ସମସ୍ୟାର ସମାଧାନ କରିବେ ।
ସମାଜ ସେବାରେ ମନ ବଳାଇବେ ।
ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ ମକର- ଉ,ଷାଢା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି ।
ଅନିଛା ସତ୍ତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି ।
ପରିବାରରେ ସମସ୍ତଙ୍କୁ ସାହାଯ୍ୟ କରିବାରେ ସଫଳ ହେବେ ।
ଶ୍ରବଣା- ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ ।
ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।
ଚାକିରିରେ ଅପଦସ୍ତ ହୋଇପାରନ୍ତି ।
ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ଧନିଷ୍ଠା- କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ ।
ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ ।
ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ କୁମ୍ଭ - ଧନିଷ୍ଠା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ ।
ପାରିବାରିକ ସମସ୍ୟା ଲାଗି ରହିବ ।
କାମକୁ ଅବହେଳା କରିପାରିବେ ନାହିଁ ।
ଶତଭିଷା- ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ ।
ଖୋଳାଳି ମାନେ ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ପୂ,ଭାଦ୍ରପଦ- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ ।
ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ ।
ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ମୀନ- ପୂ,ଭାଦ୍ରପଦ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି ।
ବ୍ୟବସାୟ, ବାଣିଜ୍ୟରେ ସ୍ଥିରତା ଅବସ୍ଥା ଲାଗି ରହିବ ।
କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ।
ଉ,ଭାଦ୍ରପଦ- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ।
ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି।
ରେବତୀ- କୋର୍ଟକଚେରୀରେ ମନ୍ଥରତା ଲାଗିରହିବ ।
ମହିଳାମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ ।
ଶତୃ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
