Daily Horoscope 1st July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jul 01, 2026 - 09:10
Daily Horoscope 1st July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ପୁରାତନ ରୋଗରୁ ଉପଶମ ମିଳିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ ।
ଦ୍ୱିଜା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । 
କୃତିକା- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
କୃତିକା- ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ ।
ରୋହିଣୀ- ଛାତ୍ରଛାତ୍ରି ମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି  ମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।
ମୃଗଶିରା- ଶତୃମାନେ ମିତ୍ର ପରି ବ୍ୟବହାର କରିବେ । ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ମୃଗଶିରା- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ
ଆଦ୍ରା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ ।
ପୁନର୍ବସୁ- ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆ ଲକ୍ଷ୍ୟ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।
ପୁଷ୍ୟା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।
ଅଶ୍ଲେଷା- ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ ।  ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ସିଂହ-
ମଘା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ନେତ୍ରପିଡା ଅନୁଭବ କରି ପାରନ୍ତି ।
ପୂ,ଫାଲଗୁନି- ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ବାଣିଜ୍ୟ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।
ଉ,ଫାଲଗୁନି- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ଜମିରେ ଆଜି ନିବେଶ କରନ୍ତୁ ନାହିଁ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି । କଳା, ସାହିତ୍ୟ ଓ ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

କନ୍ୟା-
ଉ,ଫଳଗୁନି- ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ ।  ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ ।
ହସ୍ତା- ନୂତନ ବ୍ୟବସାୟ ଆରମ୍ଭ କରିି , ମାତ୍ର ମୂଳଧନ ବିନିଯୋଗରେ  ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।
ଚିତ୍ରା- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ ।  ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ଚିତ୍ରା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।
ସ୍ୱାତୀ-ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାର୍ଯ୍ୟ କରିବେ ।
ବିଶାଖା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାର‌୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ ।
ଅନୁରାଧା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ ।
ଜ୍ୟେଷ୍ଠା- ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି ।  ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଧନୁ-
ମୂଳା- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ ।  ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ ।  ଅର୍ଥଲାଭର ଯୋଗ  ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ ।
ପୂ,ଷାଢା- ଆମଦାନି ବଢଇବାର ନୂଆ  ଯୋଜନା ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଉ,ଷାଢା- ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସି୍ଥତି ରହିପାରେ । ପରିସି୍ଥତିରେ ପଡି ଜମିକୁ ଭାଗ କରି ପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ଲଡୁ ଧର୍ମସ୍ଥାନ ରେ ଭୋଗ ଲଗାନ୍ତୁ

ମକର-
ଉ,ଷାଢା- ହଠାତ୍ କୈାଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।
ଶ୍ରବଣା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।
ଧନିଷ୍ଠା- ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ମହିଳା ମାନେ ଗୃହୋପକରଣ କ୍ରୟ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା  ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଧନିଷ୍ଠା- ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ଶତଭିଷା- ବେପାରରେ ବକେୟା ଅର୍ଥ ପାଇବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।
ପୂ,ଭାଦ୍ରପଦ- ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିସ୍ପତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ ।  ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।
ଉ,ଭାଦ୍ରପଦ- ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର ହେବ ।  ଅଫିସ୍‌ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ । 
ରେବତୀ- ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା  ପାଠ କରନ୍ତୁ